ପାଣି ପାଇଁ ହଇରାଣ

ବାରିପଦା ଅଫିସ,୬।୯: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଧୀନ ବାଇଗଣବାଡ଼ିଆ ପଞ୍ଚାୟତର ଭୁଲଗଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଓରେଡା ପକ୍ଷରୁ ଏହି ଗଁାରେ ନିର୍ମାଣ କରାଯାଇଥିବା ସୋଲାର ପାନୀୟ ଜଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇପଡ଼ିଛି। ଫଳରେ ଗ୍ରାମବାସୀ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।
ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ପକ୍ଷରୁ ଏକ କମ୍ପାନୀ ମାଧ୍ୟମରେ ସୋଲାର ପାଣି ଟାଙ୍କିର ବ୍ୟବସ୍ଥା କରାଯାଇଥିଲା। ସୌର ଚାଳିତ ପାନୀୟ ଜଳ ଯୋଗାଣ ପାଇଁ ୫ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ପାଣି ଟାଙ୍କି ବସାଯାଇଥିଲା। କାର୍ଯ୍ୟ ସମାପ୍ତିର ୭ମାସ ପରେ ପାଣିଟାଙ୍କିଟି ଫାଟିଯିବାରୁ ଏହା ବ୍ୟବହାର ଉପଯୋଗୀ ହୋଇପାରୁ ନାହିଁ। କମ୍ପାନୀ ପକ୍ଷରୁ ଉଦ୍ଦିଷ୍ଟ ଥିବା ମୋବାଇଲ ନମ୍ବରଟି ସୁଇଚ ଅଫ୍‌ ଥିବାରୁ ମରାମତି ହୋଇପାରୁ ନାହିଁ। ଫଳରେ ଗ୍ରାମବାସୀ ପାନୀୟ ଜଳ ପାଇଁ ପରିତ୍ୟକ୍ତ କୂଅର ପାଣି ବ୍ୟବହାର କରୁଥିବା ସ୍ବର୍ଣ୍ଣକାନ୍ତି ରାମ, ମାୟା ହେମ୍ବ୍ରମ, ଫୁଲମଣି ହେମ୍ବ୍ରମ, ରୁପାଇ ହେମ୍ବ୍ରମ ପ୍ରମୁଖ କହିଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମର ସବିତା ନାଏକ, ଶାନ୍ତିମଣି ହେମ୍ବ୍ରମ, ଦମୟନ୍ତୀ ଜିତ୍‌, ଲକ୍ଷ୍ମୀ ହେମ୍ବ୍ରମ ପ୍ରମୁଖ ସରପଞ୍ଚ ବନିତା ସୋରେନଙ୍କ ନିକଟରେ ଅଭିଯୋଗ କରିଥିଲେ। ମାତ୍ର ଏଥିପ୍ରତି ଦୃଷ୍ଟି ଦିଆଯାଉ ନ ଥିବାରୁ ଲୋକେ ହଇରାଣ ହରକତ ହେଉଛନ୍ତି ା
ତେବେ ଆଗାମୀ ଦିନରେ ଏହାର ସୁବ୍ୟବସ୍ଥା କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri