ଅଶାନ୍ତ ପଟ୍ଟାମୁଣ୍ଡାଇ ସହର: ୪ ଦିନରେ ୨ଟି ଗୋଷ୍ଠୀ ସଂଘର୍ଷ ଗୋଟିଏ ହତ୍ୟା

ପଟ୍ଟାମୁଣ୍ଡାଇ,୨।୯( କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ଭାଇଚାରାର ସହର ପଟ୍ଟାମୁଣ୍ଡାଇ ଏବେ ଅଶାନ୍ତ ହେବାରେ ଲାଗିଛି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ପୋଲିସର ପାରିବା ପଣିଆ ଉପରେ ମଧ୍ୟ ପ୍ରଶ୍ନ ଉଠିଲାଣି । ଗତ ୭ ଦିନ ଭିତରେ ହତ୍ୟା, ମାରପିଟ ଭଳି ୩ଟି ଜଘନ୍ୟକାଣ୍ଡ ପଟ୍ଟାମୁଣ୍ଡାଇବାସୀଙ୍କୁ ଆତଙ୍କିତ କରିଛି । କେତେବେଳେ ଭୁଜାଲି ଗୋଟାଳିତ କେତେବେଳେ ଖଣ୍ଡା ବୁଲୁଛି। ଦିନ ହେଉ କି ରାତି ପୋଲିସକୁ ଖୋଲା ଚାଲେଞ୍ଜ ଦେଉଛନ୍ତି ଦୁର୍ବୃତ୍ତ।
୪ ଦିନ ତଳେ ଗୋଚାଳାଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇ ଦୁଇ ଗୁରୁତର ଏବେ ସୁଦ୍ଧା କଟକ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ହେଲେ ମଙ୍ଗଳବାର ସକାଳେ ପୁନର୍ବାର ଦୁଇଜଣ ଯୁବକଙ୍କ ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇ ଗୁରୁତର  ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି । ଏନେଇ ସଂଖ୍ୟାଲଘୁ ବସ୍ତିର ଶହଶହ ମହିଳା ପଟ୍ଟାମୁଣ୍ଡାଇ ଥାନା ଓ ମେଡିକାଲରେ  ପହଞ୍ଚିବା ଫଳରେ ଘଟଣାସ୍ଥଳରେ ଉତେଜନା ସୃଷ୍ଟି ହୋଇଥିଲା । ସ୍ଥାନୀୟ ପୋଲିସ ଘଟଣା ସମ୍ପର୍କରେ ବୁଝାସୁଝା କରିଥିବା ବେଳେ ସଂଖ୍ୟାଲଘୁ ମହିଳାମାନେ ବର୍ଷାରେ ଭିଜି ଆଦର୍ଶ ଥାନା ଆଗରେ ଧାରାଣାରେ ବସି ଦୁର୍ବତ୍ତ ମାନଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି । ଘଟଣାସ୍ଥଳରେ ପଟ୍ଟାମୁଣ୍ଡାଇ ଏସଡିପିଓ ପହଞ୍ଚିି ଉତ୍ତେଜନାକାରୀଙ୍କ ସହ ଆଲୋଚନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସ୍ଥିତି ଉତେଜନା ପ୍ରବଣ ରହିଛି । ଉତେଜନାକୁ ଲକ୍ଷ୍ୟ ରଖି ଘଟଣାସ୍ଥଳରେ ଗୋଟିଏ ପ୍ଲାଟୁନ ଫୋର୍ସ  ମୃତୟନ କରାଯାଇଥିବା ଦେଖିବାକୁ ମିଳିଛି ।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri