ଅଶାନ୍ତ ପଟ୍ଟାମୁଣ୍ଡାଇ ସହର: ୪ ଦିନରେ ୨ଟି ଗୋଷ୍ଠୀ ସଂଘର୍ଷ ଗୋଟିଏ ହତ୍ୟା

ପଟ୍ଟାମୁଣ୍ଡାଇ,୨।୯( କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ଭାଇଚାରାର ସହର ପଟ୍ଟାମୁଣ୍ଡାଇ ଏବେ ଅଶାନ୍ତ ହେବାରେ ଲାଗିଛି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ପୋଲିସର ପାରିବା ପଣିଆ ଉପରେ ମଧ୍ୟ ପ୍ରଶ୍ନ ଉଠିଲାଣି । ଗତ ୭ ଦିନ ଭିତରେ ହତ୍ୟା, ମାରପିଟ ଭଳି ୩ଟି ଜଘନ୍ୟକାଣ୍ଡ ପଟ୍ଟାମୁଣ୍ଡାଇବାସୀଙ୍କୁ ଆତଙ୍କିତ କରିଛି । କେତେବେଳେ ଭୁଜାଲି ଗୋଟାଳିତ କେତେବେଳେ ଖଣ୍ଡା ବୁଲୁଛି। ଦିନ ହେଉ କି ରାତି ପୋଲିସକୁ ଖୋଲା ଚାଲେଞ୍ଜ ଦେଉଛନ୍ତି ଦୁର୍ବୃତ୍ତ।
୪ ଦିନ ତଳେ ଗୋଚାଳାଣକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇ ଦୁଇ ଗୁରୁତର ଏବେ ସୁଦ୍ଧା କଟକ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ହେଲେ ମଙ୍ଗଳବାର ସକାଳେ ପୁନର୍ବାର ଦୁଇଜଣ ଯୁବକଙ୍କ ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇ ଗୁରୁତର  ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି । ଏନେଇ ସଂଖ୍ୟାଲଘୁ ବସ୍ତିର ଶହଶହ ମହିଳା ପଟ୍ଟାମୁଣ୍ଡାଇ ଥାନା ଓ ମେଡିକାଲରେ  ପହଞ୍ଚିବା ଫଳରେ ଘଟଣାସ୍ଥଳରେ ଉତେଜନା ସୃଷ୍ଟି ହୋଇଥିଲା । ସ୍ଥାନୀୟ ପୋଲିସ ଘଟଣା ସମ୍ପର୍କରେ ବୁଝାସୁଝା କରିଥିବା ବେଳେ ସଂଖ୍ୟାଲଘୁ ମହିଳାମାନେ ବର୍ଷାରେ ଭିଜି ଆଦର୍ଶ ଥାନା ଆଗରେ ଧାରାଣାରେ ବସି ଦୁର୍ବତ୍ତ ମାନଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି । ଘଟଣାସ୍ଥଳରେ ପଟ୍ଟାମୁଣ୍ଡାଇ ଏସଡିପିଓ ପହଞ୍ଚିି ଉତ୍ତେଜନାକାରୀଙ୍କ ସହ ଆଲୋଚନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସ୍ଥିତି ଉତେଜନା ପ୍ରବଣ ରହିଛି । ଉତେଜନାକୁ ଲକ୍ଷ୍ୟ ରଖି ଘଟଣାସ୍ଥଳରେ ଗୋଟିଏ ପ୍ଲାଟୁନ ଫୋର୍ସ  ମୃତୟନ କରାଯାଇଥିବା ଦେଖିବାକୁ ମିଳିଛି ।

Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri