Posted inଜାତୀୟ

କେସିଆର୍‌ଙ୍କ ନୂଆ ଦଳ ଘୋଷଣା ପୂର୍ବରୁ ଲୋକଙ୍କୁ ମଦ-କୁକୁଡ଼ା ବାଣ୍ଟିଲେ ଟିଆରଏସ୍‌ ନେତା ରାଜନାଲା ଶ୍ରୀହରି…

ହାଇଦ୍ରାବାଦ,୪।୧୦ : ତେଲେଙ୍ଗାନା ରାଷ୍ଟ୍ର ସମିତି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର)ଙ୍କ ବିଷୟରେ ଦୀର୍ଘ ଦିନ ଧରି କଳ୍ପନା ଜଳ୍ପନା ଚାଲିଛି ଯେ ସେ ଖୁବ ଶୀଘ୍ର ଜାତୀୟ ରାଜନୀତିରେ ପ୍ରବେଶ କରିବେ। ଟିଆରଏସ ମୁଖ୍ୟଙ୍କ ପୂର୍ବ ଘୋଷଣା ଅନୁଯାୟୀ ସେ ବୁଧବାର ଅର୍ଥାତ ବିଜୟାଦଶମୀ ଅବସରରେ ଏକ ଜାତୀୟ ଦଳର ଶୁଭାରମ୍ଭ କରିପାରନ୍ତି। ତେବେ ଏହାର ଗୋଟିଏ ଦିନ ପୂର୍ବରୁ ମଙ୍ଗଳବାର ଟିଆରଏସ ନେତା ରାଜନାଲା ଶ୍ରୀହରି ଏକ ଅଜବ କାର୍ଯ୍ୟ କରିଛନ୍ତି ।

କେସିଆର ୱାରଙ୍ଗାଲରେ ଏକ ଜାତୀୟ ପାର୍ଟି ଆରମ୍ଭ କରିବା ପୂର୍ବରୁ ଟିଆରଏସ ନେତା ରାଜନାଲା ଶ୍ରୀହରି ସ୍ଥାନୀୟ ଲୋକଙ୍କୁ ମଦ ବୋତଲ ଏବଂ କୁକୁଡ଼ା ବଣ୍ଟନ କରିଛନ୍ତି। ତାଙ୍କର ଏହି ପଦକ୍ଷେପ ଚର୍ଚ୍ଚାର ବିଷୟ ପାଲଟିଛି।

ଟିଆରଏସ ପାର୍ଟିର ସାଧାରଣ ବୈଠକ ଅକ୍ଟୋବର ୫ ତାରିଖରେ ତେଲେଙ୍ଗାନା ଭବନରେ ଅନୁଷ୍ଠିତ ହେବ। ସୋମବାର କେ ଚନ୍ଦ୍ରଶେଖର ରାଓଙ୍କ କାର୍ଯ୍ୟାଳୟରୁ ଏକ ସରକାରୀ ପ୍ରକାଶନରେ ଏହି ସୂଚନା ଦିଆଯାଇଛି। ତେବେ ପ୍ରକାଶନରେ ଏଜେଣ୍ଡା ବିଷୟରେ ଉଲ୍ଲେଖ କରାଯାଇ ନାହିଁ। ଏହା କୁହାଯାଉଛି ଯେ ଟିଆରଏସ ଅଧ୍ୟକ୍ଷ ଜାତୀୟ ରାଜନୀତି ସମ୍ବନ୍ଧରେ ନିଜର ମତ ରଖିବେ ଏବଂ ତାଙ୍କ ଦଳର କାର୍ଯ୍ୟାଳୟର ଅଧିକାରୀଙ୍କ ସହ ଆଲୋଚନା କରିବେ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁନ ମାସରେ ଟିଆରଏସ ନେତାଙ୍କ ସହ ଏକ ଜାତୀୟ ଦଳ ଗଠନ କରିବାର ଧାରଣା ଉପରେ କେସିଆର ଆଲୋଚନା କରିଥିଲେ। ତେବେ ସେତେବେଳେ ଏକ ନୂତନ ଦଳର ଧାରଣା ଉପରେ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇ ନ ଥିଲା। ସେହି ସମୟରେ ଟିଆରଏସ ସୂତ୍ରରୁ ପ୍ରକାଶିତ ହୋଇଥିଲା ଯେ ଏକ ନୂତନ ପାର୍ଟି ପାଇଁ ଭାରତ ରାଷ୍ଟ୍ରୀୟ ସମିତି (ବିଆରଏସ), ଉଜ୍ଜଳ ଭାରତ ପାର୍ଟି ଏବଂ ନୟା ଭାରତ ପାର୍ଟି ଭଳି କିଛି ନାମ ନେଇ ଆଲୋଚନା କରାଯାଉଛି। ତେବେ ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳି ପାରି ନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri