Posted inଜାତୀୟ

‘ଆମକୁ ପଦ ଓ ଟଙ୍କାର ଲାଳସା ଦିଆଯାଉଛି’ ଟିଆରଏସ୍ ବିଧାୟକଙ୍କ ସୂଚନା ପରେ ତେଲେଙ୍ଗାନା ପୋଲିସର ରେଡ, ଜବତ ହେଲା ୧୫ କୋଟି ଟଙ୍କା

ହାଇଦ୍ରାବାଦ,୨୭ ।୧୦: ତେଲେଙ୍ଗାନାର ସାଇବରାବାଦ ପୋଲିସ ଟିଆରଏସର ୪ ବିଧାୟକଙ୍କୁ କିଣାବିକା କରାଯାଉଥିବା ଦାବି କରିଛି । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବା ସହ ୧୫ କୋଟି ଟଙ୍କା ଜବତ କରିଥିବା କୁହାଯାଉଛି । ସାଇବରାବାଦର ସିପି ଷ୍ଟିଫେନ ରବିନ୍ଦ୍ର କହିଛନ୍ତି, ଆମକୁ ଟିଆରଏସ ବିଧାୟକଙ୍କଠାରୁ ସୂଚନା ମିଳିଥିଲା କି ତାଙ୍କୁ ଟଙ୍କା ଓ ପଦର ଲାଳସା ଦିଆଯାଉଛି । ଏହାପରେ ଆମେ ଫାର୍ମ ହାଉସରେ ଚଢାଉ କରିଥିଲୁ । ଆମେ ଏହି ଘଟଣାକୁ ନେଇ ମାମଲାର ଯାଞ୍ଚ କରିବୁ ।
ପୋଲିସର ସୂଚନା ଅନୁଯାୟୀ, ସଇବାରାବାଦରେ କେଏଲ ବିଶ୍ୱବିଦ୍ୟାଳୟ ନିକଟରେ ଅଜିଜ ନଗରରେ ଏକ ଫାର୍ମ ହାଉସରୁ ୩ ଜଣଙ୍କୁ ଗିରଫ କରାଯାଇଛି । ଏମାନେ ଦିଲ୍ଲୀରୁ ଆସିଥିବା ବେଳେ ଏମାନଙ୍କ ନିକଟରୁ ବହୁପରିମାଣର ଟଙ୍କା ଜବତ କରାଯାଇଛି । ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଜଣେ ହୋଟେଲ ବ୍ୟବସାୟୀ ରହିଛନ୍ତି । ସେ ଜଣେ ବଡ ନେତାଙ୍କ ନିକଟତର ବୋଲି କୁହାଯାଉଛି ।
ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ) ଦାବି କରିଛି ଯେ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ୪ ବିଧାୟକଙ୍କୁ କିଣିବାକୁ ଚଷ୍ଟା କରୁଛି । ଭାଜପା ପକ୍ଷରୁ ଟିଆରଏସ ବିଧାୟକ ରେଗା କାନ୍ଥା ରାଓ, ଗୁଲୱାଲା ବାଲାରାଜୁ, ବିରମ ହର୍ଷବର୍ଦ୍ଧନ ରେଡ୍ଡି ଓ ପାଇଲଟ ରୋହିତ ସେଟ୍ଟିଙ୍କୁ କିଣିବାକୁ ଚେଷ୍ଟା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri