ଦୋକାନ ଭିତରକୁ ପଶିଗଲା ଟ୍ରକ: ୨ ମୃତ

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.)-ସଦର ଥାନା ଶୁଆକାଠି ପାଟେଶ୍ୱର ମନ୍ଦିର ନିକଟ ବାଂଶପାଳ-କେନ୍ଦୁଝର ରାସ୍ତାରେ ବୁଧବାର ଏକ ଟ୍ରକ ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଯାଇଛି। ଫଳରେ ଦୋକାନ ମାଲିକ ଦୋଳଗୋବିନ୍ଦ ସାହୁ ଓ ଟ୍ରକ ହେଲପରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଖବରପାଇ ସଦର ଥାନା ପୋଲିସ, ବାଂଶପାଳ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।
ପ୍ରକାଶ ଯେ, ଟ୍ରକଟି ନଂ. (ଓଆର-୦୯.ଏମ.୬୬୧୭) ଗନ୍ଧମାର୍ଦ୍ଧନ ଖଣିରୁ ଲୁହାପଥର ବୋଝେଇ କରି କେନ୍ଦୁଝର ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ଦୋକାନ ଉପରକୁ ମାଡି ଯାଇଥିଲା। ଏ ନେଇ ଉପଖଣ୍ଡ ପୋଲିସ ଅଧିକାରୀ ପି.ଜେ.ଟପୋ କହିଛନ୍ତି, ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ଉଠିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଯାଇଛି। ଏ ନେଇ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri