ଦୋକାନ ଭିତରକୁ ପଶିଗଲା ଟ୍ରକ: ୨ ମୃତ

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.)-ସଦର ଥାନା ଶୁଆକାଠି ପାଟେଶ୍ୱର ମନ୍ଦିର ନିକଟ ବାଂଶପାଳ-କେନ୍ଦୁଝର ରାସ୍ତାରେ ବୁଧବାର ଏକ ଟ୍ରକ ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଯାଇଛି। ଫଳରେ ଦୋକାନ ମାଲିକ ଦୋଳଗୋବିନ୍ଦ ସାହୁ ଓ ଟ୍ରକ ହେଲପରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଖବରପାଇ ସଦର ଥାନା ପୋଲିସ, ବାଂଶପାଳ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।
ପ୍ରକାଶ ଯେ, ଟ୍ରକଟି ନଂ. (ଓଆର-୦୯.ଏମ.୬୬୧୭) ଗନ୍ଧମାର୍ଦ୍ଧନ ଖଣିରୁ ଲୁହାପଥର ବୋଝେଇ କରି କେନ୍ଦୁଝର ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ଦୋକାନ ଉପରକୁ ମାଡି ଯାଇଥିଲା। ଏ ନେଇ ଉପଖଣ୍ଡ ପୋଲିସ ଅଧିକାରୀ ପି.ଜେ.ଟପୋ କହିଛନ୍ତି, ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ଉଠିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଯାଇଛି। ଏ ନେଇ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?