ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମହିଳା ଓ ଛୋଟ ପିଲା ବୋଲି ଜଣେ ଅଧିକାରୀ କହିଛନ୍ତି।

ଆଫଗାନିସ୍ତାନ ରାଜଧାନୀ କାବୁଲକୁ ନଙ୍ଗରହାର ପ୍ରଦେଶ ସହ ଯୋଡ଼ୁଥିବା ମୁଖ୍ୟ ରାଜପଥରେ ଏହି ଦୁର୍ଘଟଣା ଘଟିଥିବା ଲଘମାନ ପ୍ରାଦେଶିକ ଗଭର୍ନରଙ୍କ ମୁଖପାତ୍ର ଅବଦୁଲ ମଲିକ ନିଆଜାଇ କହିଛନ୍ତି। ମୃତକଙ୍କ ମଧ୍ୟରୁ ୧୦ ଜଣ ପିଲା ଓ ୫ ମହିଳା ଅଛନ୍ତି। ଆହତମାନଙ୍କୁ ନଙ୍ଗରହାର ପ୍ରଦେଶର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଟ୍ରକ୍‌ ଏକ ଖାତ ମଧ୍ୟକୁ ଖସିପଡ଼ିଲା।

ପାକିସ୍ତାନ ୨୦୨୩ରୁ ପ୍ରବାସୀମାନଙ୍କ ଉପରେ ଚଢ଼ାଉ ଜାରି ରଖିଥିବାବେଳେ ଇତିମଧ୍ୟରେ ଅନେକ ହଜାର ଆଫଗାନ୍‌ ଶରଣାର୍ଥୀ ସ୍ବଦେଶ ଫେରିଲେଣି। ଇରାନ ମଧ୍ୟ ଆଫଗାନ୍‌ ପ୍ରବାସୀଙ୍କୁ ବିଦା କରିବାରେ ଲାଗିଛି। ଫଳରେ ଏହି ଦୁଇ ଦେଶରେ ଅନେକ ବର୍ଷ ବିତାଇଥିବା ଏପରିକି ସେଠାରେ ଜନ୍ମ ହୋଇଥିବା ଲୋକଙ୍କୁ ମଧ୍ୟ ଦେଶ ଛାଡ଼ି ଆଫଗାନିସ୍ତାନ ଫେରିବାକୁ ପଡ଼ୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri