କଳିଙ୍ଗା ଘାଟିରେ ଟ୍ରକ ଦୁର୍ଘଟଣା, ଡ୍ରାଇଭର ଗୁରୁତର

ଜି.ଉଦୟଗିରି,୧୨।୧୦(ଶିଶିର ପଟ୍ଟନାୟକ) ଏକ ଥଣ୍ଡା ପାନୀୟ ବୋଝେଇ ଟ୍ରକ କଳିଙ୍ଗା ଘାଟିରେ ବ୍ରେକ ଫେଲ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଯାହା ଫଳରେ ଡ୍ରାଇଭର ସୋନୁ ବିଶ୍ୱକର୍ମା (୨୮ ବର୍ଷ) ଟ୍ରକରେ ଚାପି ହୋଇ ରହିଯାଇଥିଲେ । ପୋଲିସ ଓ ଦମକଳ ବାହିନୀ ଏବଂ କଳିଙ୍ଗା ଓ ଟିକାବାଲିର ସ୍ବେଚ୍ଛାସେବୀ ସାହାଯ୍ୟକାରୀ ଦଳ ପହଞ୍ଚି କଟରରେ ଟ୍ରକକୁ କାଟି ଜେ ସି ପି ଆଣି ତାଙ୍କୁ ଉଦ୍ଧାର କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ହସ୍ପିଟାଲ ପଠାଯାଇଛି ବୋଲି ଜି ଉଦୟଗିରି ଆଇ ଆଇ ସି ଅଜୟ କୁମାର ସ୍ବାଇଁ କହିଛନ୍ତି । ଟ୍ରକର ହେଲପର ତଥା ଡ୍ରାଇଭରଙ୍କ ଭାଇ ଦୀପକ ବିଶ୍ୱକର୍ମା (୨୪ ବର୍ଷ) ସାମାନ୍ୟ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ, ଟ୍ରକ ନମ୍ବର ଏମପି-୦୪ ଜିଏ୩୭୪୨ ମଧ୍ୟପ୍ରଦେଶର ଭୋପାଳ ଠାରୁ ଥଣ୍ଡା ପାନୀୟ ଧରି ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଗୁରୁବାର ସକାଳେ କଳିଙ୍ଗା ଘାଟିରେ ବ୍ରେକ ଫେଲ ହୋଇଯିବାରୁ ଏଭଳି ଅଭାବନୀୟ ଦୁର୍ଘଟଣା ଘଟିଥିବା ହେଲପର ଦୀପକ କହିଛନ୍ତି । ଖବର ପାଇ ଦୁର୍ଘଟଣା ସ୍ଥଳରେ ଜି. ଉଦୟଗିରି ଥାନା ଅଧିକାରୀ ଅଜୟ କୁମାର ସ୍ବାଇଁ, ଏସ.ଆଇ ବିନୟ ମହାରଣା, ଅନନ୍ତ କୁମାର ପ୍ରଧାନ, ବୁଲୁ ବେହେରା, ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ପାଢ଼ୀ, ଅଗ୍ନିଶମ ବାହିନୀ, ୧୦୮ ଆମ୍ବୁଲାନ୍ସ ଏବଂ କଳିଙ୍ଗା ଓ ଟିକାବାଲିର ସ୍ବେଚ୍ଛାସେବୀମାନେ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?