Posted inଜାତୀୟ

ଟ୍ରକ୍‌-ଅଟୋରିକ୍ସା ଧକ୍କା, ୭ ମୃତ, ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ବଡୋଦରା,୪।୧୦ : ଗୁଜରାଟର ବଦୋଦରାଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାୟୁସେନା ଷ୍ଟେଶନ ଦାର୍ଜିପୁରା ନିକଟରେ ଏକ ଅଟୋରିକ୍ସା ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ ଜଣ ଆହତ ହୋଇଛନ୍ତି। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜିଲା କଲେକ୍ଟର ଏପି ଗୋର ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ସୁରଟରୁ ଅହମଦାବାଦ ଯାଉଥିବା ଟ୍ରକ ଡ୍ରାଇଭର କାର ଡ୍ରାଇଭରଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ଷ୍ଟିଅରିଂ ଉପରୁ ନିଜର ନିୟନ୍ତ୍ରଣ ହରାଇଥିଲେ। ଫଳରେ ଦୁର୍ଘଟଣା ଘଟିଥିଲା। ଭୁଲ ପାର୍ଶ୍ୱରୁ ୧୭ ଜଣ ଯାତ୍ରୀଙ୍କୁ ନେଇ ଆସୁଥିବା ଅଟୋ ରିକ୍ସାକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୭ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ଯୋଗୁଁ ଜାତୀୟ ରାଜପଥ ନଂ -୪୮ ରେ ଟ୍ରାଫିକ୍‌ ଜାମ ହୋଇଯାଇଥିଲ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ସେ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପରିବାରକୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ସଡ଼କ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଁ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଥିବା ସହିତ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri