Posted inଜାତୀୟ

ଟ୍ରକ୍‌-ଅଟୋରିକ୍ସା ଧକ୍କା, ୭ ମୃତ, ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ବଡୋଦରା,୪।୧୦ : ଗୁଜରାଟର ବଦୋଦରାଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାୟୁସେନା ଷ୍ଟେଶନ ଦାର୍ଜିପୁରା ନିକଟରେ ଏକ ଅଟୋରିକ୍ସା ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ ଜଣ ଆହତ ହୋଇଛନ୍ତି। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜିଲା କଲେକ୍ଟର ଏପି ଗୋର ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ସୁରଟରୁ ଅହମଦାବାଦ ଯାଉଥିବା ଟ୍ରକ ଡ୍ରାଇଭର କାର ଡ୍ରାଇଭରଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ଷ୍ଟିଅରିଂ ଉପରୁ ନିଜର ନିୟନ୍ତ୍ରଣ ହରାଇଥିଲେ। ଫଳରେ ଦୁର୍ଘଟଣା ଘଟିଥିଲା। ଭୁଲ ପାର୍ଶ୍ୱରୁ ୧୭ ଜଣ ଯାତ୍ରୀଙ୍କୁ ନେଇ ଆସୁଥିବା ଅଟୋ ରିକ୍ସାକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୭ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ଯୋଗୁଁ ଜାତୀୟ ରାଜପଥ ନଂ -୪୮ ରେ ଟ୍ରାଫିକ୍‌ ଜାମ ହୋଇଯାଇଥିଲ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ସେ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପରିବାରକୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ସଡ଼କ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଁ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଥିବା ସହିତ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?