ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ ହୋଇଛନ୍ତି । ମୃତକ ହେଲେ ଗଜପତି ଜିଲା ଅଡବା ଥାନା ଗୁଲୁବା ପଞ୍ଚାୟତ ଗାଲିମେରା ଗାଁର ଚନ୍ଦନ ଲିମା (୧୮) ବୋଲି ଜଣାପଡିଛି । ଆହତ ଜଣକ ହେଲେ ସେହି ଗାଁର ଜୀବନୀ ଲିମା (୨୦) ।

ସୂଚନା ପ୍ରକାରେ ଗୋଟିଏ ବାଇକ ଯୋଗେ ଚନ୍ଦନ ଓ ଜୀବନୀ ସାର୍ଟିଫିକେଟ ପାଇଁ ପାରଳାଖେମୁଣ୍ଡି ଯାଉଥିଲେ । ଏହି ସମୟରେ ତିତିସିଂ ଛକରେ ଗାରାବନ୍ଧରୁ ଚାଉଳ ବୋଝେଇ କରି ଲୁହlଗୁଡ଼ି ଯାଉଥିବା ଏକ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣା ସ୍ଥଳରେ ଚନ୍ଦନଙ୍କ ମୃତ୍ୟୁ ହୋଇଥିବା ବେଳେ ଜୀବନୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଖଜୁରୀପଦା ମେଡିକାଲ ରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ଖଜୁରୀପଦା ଫାଣ୍ଡି ଅଧିକାରୀ ନାରାୟଣ ଦାସ ଖବର ପାଇ ସଦଳେବଳେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ।

ତେବେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ୩୨୬-ଏ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ସ୍ଥାନୀୟ ଲୋକେ । ଫଳରେ ଦୀର୍ଘ ଚାରି ଘଣ୍ଟା ଧରି ରା.ଉଦୟଗିରିରୁ ପାରଳାଖେମୁଣ୍ଡି ଯାତାୟତ ଠପ ହୋଇଯାଇଥିଲା । ଏଭଳି ରାସ୍ତା ଅବରୋଧ ଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଖବର ପାଇ ମାଜିଷ୍ଟ୍ରେଟ୍ ଦାୟିତ୍ବରେ ଥିବା ନୂଆଗଡ ତହସିଲଦାର ମୋନାଲିସା ଆଚାର୍ଯୀ, ବିଡିଓ ଲୋକନାଥ ଶବର, ସେରଙ୍ଗ ଥାନା ଅଧିକାରଣି କମଳା ଚୌଧୁରୀ ପ୍ରମୁଖ ପହଞ୍ଚି ବହୁ ସମୟ ଧରି ବୁଝାସୁଝା କରିଥିଲେ । ପରେ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦାଳନାକାରୀ ମାନେ ରାସ୍ତାରୋକରୁ ହଟିଥିଲେ । ଏନେଇ ସେରଙ୍ଗ ଥାନାରେ ସଡକ ଦୁର୍ଘଟଣା ଜନିତ ୫୮/୨୬ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବାର ଖଜୁରୀପଦା ଫାଣ୍ଡି ଅଧିକାରୀ ନାରାୟଣ ଦାଶ  ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?