ଟ୍ରକ-ବାଇକ୍‌ ଧକ୍କା: ଜିଅନ୍ତା ଜଳିଗଲେ ଯୁବକ, ୨ଜଣ ଅର୍ଦ୍ଧଦଗ୍ଧ

ଦିଗପହଣ୍ଡି/ଚିକିଟି,୨୫।୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ମା’ ରତ୍ନେଶ୍ୱରୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାରେ ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ଦେବାରୁ ବାଇକ୍‌ ସହ ଜଣେ ଯୁବକ ଜିଅନ୍ତା ଜଳି ଯାଇଛନ୍ତି।

ଦୁର୍ଘଟଣାରେ ଅନ୍ୟ ୨ଜଣ ଯୁବକ ମଧ୍ୟ ଅର୍ଦ୍ଧଦଗ୍ଧ ହୋଇଛନ୍ତି। ଖବର ପାଇ କେ.ନୂଆଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଯୁବକ ଦ୍ବୟଙ୍କୁ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ ଏବଂ ବାଇକ୍‌କୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୃତକ ଏବଂ ଆହତ ୨ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଏନେଇ ପୋଲିସ ଏକ ମାମଲା ରୁଜୁ କରିଛି।

Share