ଟ୍ରକ୍‌-ଯାତ୍ରୀବାହୀ ବସ୍‌ ମୁହାଁମୁହିଁ, ୩ ଗୁରୁତର

ବୌଦ୍ଧ,୧୯ା୮(ସ୍ବ.ପ୍ର.): ବୌଦ୍ଧ ଜିଲା ରାଧାନଗର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯାତ୍ରୀବାହୀ ବସ୍‌ ସହ ଟ୍ରକ ମୁହାଁ ମୁହିଁ ଧକ୍କା ହେବାରୁ ଟ୍ରକ ଡ୍ରାଇଭରଙ୍କ ସମେତ ୩ ଗୁରୁତର ହୋଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି। ତେବେ ୨୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

 

ସୂଚନାନୁଯାୟୀ ଗୁରୁବାର ବିଳମ୍ବିତ ରାତିରେ ଓଡି ୦୨ ଏୟୁ ୨୫୯୭ ଦିଲ୍‌ଖୁସ୍‌ ନାମକ ଯାତ୍ରୀବାହୀ ବସ୍‌ ଜୟପୁରରୁ ଭୁବନେଶର ଅଭିମୁଖେ ଯାଉଥିଲା। ରାତି ପ୍ରାୟ ୩ଟାରେ ରାଧାନଗର ଛକ ନିକଟରେ ରାସ୍ତାରେ ଏକ ଗଛ ପଡ଼ିଥିବାରୁ ବସ୍‌ଟି  ଭାରସାମ୍ୟ ହରାଇ ଆଗରୁ ଆସୁଥିବା ଏକ ମାଲ ବୋଝେଇ ଟ୍ରକ୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଟ୍ରକ୍‌ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ବସ୍‌ର କଣ୍ଡକ୍ଟର ଏବଂ ଜଣେ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ବୌଦ୍ଧ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିବା ସହିତ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସମସ୍ତଙ୍କ ଅବସ୍ଥା ସ୍ଥିର ରହିଥିବା ଜଣାପଡ଼ିଛି ଏବଂ ସେମାନଙ୍କ ଚିକିତ୍ସା ଜାରି ରହିଛି। ତେବେ ବସ୍‌ରେ ଥିବା ପ୍ରାୟ ୨୦ରୁ ୨୫ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେମାନଙ୍କୁ ଅନ୍ୟ ଏକ ବସ୍‌ ଯୋଗେ ନିଜ ଗନ୍ତବ୍ୟସ୍ଥଳକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି । ଦୁର୍ଘଟଣା ଯୋଗୁ ପ୍ରାୟ ୩ ଘଣ୍ଟା ଧରି ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା। ବସ୍‌ଟିକୁ ରାସ୍ତାରୁ ଉଦ୍ଧାର କଲା ପରେ ଯାତାୟାତ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri