ଷଣ୍ଢ ବୋଝେଇ ଟ୍ରକ୍‌ ଜବତ

ରୂପସା, ୯।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ. ଜାତୀୟ ରାଜପଥ ଏବେ ଗୋଚାଲାଣକାରୀଙ୍କ ପାଇଁ ଭୂସ୍ବର୍ଗ ପାଲଟିଛି। ରାଜପଥରେ ପୁଣି ଗୋଚାଲାଣକାରୀ ଓ ଦଲାଲମାନେ ସକ୍ରିୟ ହୋଇପଡ଼ିଛନ୍ତି। ବସ୍ତା ଥାନା ଅଧୀନ ଏହି ଜାତୀୟ ରାଜପଥର ବରୁଣଗଡ଼ିଆ ଛକ ନିକଟରେ ସୋମବାର ଏକ ମିନିଟ୍ରକ୍‌ରେ ଭଦ୍ରକରୁ ପଶ୍ଚିମବଙ୍ଗକୁ ଗୋଚାଲାଣ ହେଉଥିଲା। ସ୍ଥାନୀୟ ବଜରଙ୍ଗ ଦଳର ସଦସ୍ୟମାନେ ଉକ୍ତ ଟ୍ରକକୁ କାବୁ କରି ସେଥିରୁ ୨୯ ଷଣ୍ଢ ଉଦ୍ଧାର କରିଥିବାରେ ସମର୍ଥ ହୋଇଥିଲେ। ହେଲେ ଟ୍ରକ୍‌ର ଚାଳକ ଓ ହେଲ୍ପର ଟ୍ରକ ଛାଡ଼ି ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିଲେ। ଟ୍ରକ୍‌ ନଂ. (ଡ଼ବ୍ଲ୍ୟୁବି୩୩ଏ-୯୭୨୯)ରେ ଗୋଚାଲାଣ ହେଉଥିବା ଜାଣିବାକୁ ପାଇ ବଜରଙ୍ଗ ଦଳର ସଦସ୍ୟମାନେ ମଥାନୀ ଛକଠାରୁ ଟ୍ରକ୍‌କୁ ପିଛା କରି ବରୁଣଗଡ଼ିଆ ଡାଇଭର୍ଶନଠାରେ କାବୁ କରିଥିଲେ। ଚାଳକ ଓ ହେଲ୍ପର ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିଲେ। ଖବରପାଇ ଭାଜପା ଯୁବ ସଭାପତି ଧୀରେନ କୁମାର ସେଠୀ ପହଞ୍ଚତ୍ ଘଟଣା ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଟ୍ରକ୍‌କୁ ବସ୍ତା ଥାନାକୁ ଆଣି ଏକ ମାମଲା(ନଂ. ୨୮୬/୨୩) ରୁଜୁ କରି ଟ୍ରକ୍‌ରେ ଥିବା ୨୯ଟି ଷଣ୍ଢକୁ ବାଲେଶ୍ୱର ବାମପଦାସ୍ଥିତ ଗୋଶାଳାରେ ଛାଡ଼ିଥିବା ଜଣାପଡ଼ିଛି। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?