ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଗୋରୁ ମୃତୁବରଣ କରିଛନ୍ତି। ଏହାସହ ଅନେକ ଗୋରୁ ଆହତ ହୋଇଛନ୍ତି। କିଆକଟା ପୋଲିସ, ଅଗ୍ନିଶମବାହିନୀ ଏବଂ ପଶୁ ସମ୍ପଦ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି କରିଛନ୍ତି। ତେବେ କେଉଁ କାରଣରୁ ଦୁର୍ଘଟଣା ଘଟିଲା ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି।
Dharitri – Odisha’s No.1 Odia Daily


