ବୋଲେରୋକୁ ଧକ୍କା ଦେଇ ଦୋକାନ ଭିତରେ ପଶିଲା ମାଲ ବୋଝେଇ ଟ୍ରକ: ମା’ମୃତ, ପୁଅ ଗୁରୁତର

ଜୟପୁର,୧୪ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣିପୁଟ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ବୋଲେରୋକୁ ଧକ୍କା ଦେଇ ଏକ ଚାମିନ ଦୋକାନ ଭିତରକୁ ମାଡ଼ି ଯାଇଥିଲା। ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ଜଣ ଆହତ ହୋଇଛନ୍ତି। ମୃତକ ହେଲେ ସ୍ବର୍ଗତ କୋରା ସ୍ବାଇଁଙ୍କ ସ୍ତ୍ରୀ ଲକ୍ଷ୍ମୀ ସ୍ବଇଁ(୫୦) ।

ମିଳିଥିବା ସୂଚନା ମୁତାବକ, ମକା ବୋଝେଇ କରି ଏକ ଟ୍ରକ କୋରାପୁଟ ଅଭିମୁଖେ ଯାଉଥିବା ବେଳେ ବାରିଣିପୁଟ ନିକଟରେ ଏକ ବୋଲେରୋକୁ ଧକ୍କା ଦେଇ ଏକ ଚାମିନ ଦୋକାନରେ ପଶି ଯାଇଥିଲା। ଘଟଣା ସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଆହତ ହୋଇଛନ୍ତି। ମୃତ ମହିଳାଙ୍କ ପୁଅ ରବି ସ୍ବାଇଁଙ୍କ ଗୋଡ କଟି ଯାଇଥିବା ଜଣାଯାଇଛି। ବୋଲେରୋକୁ ଧକ୍କା ଦେବାରୁ ବସିଥିବା ଯାତ୍ରାମାନେ ଆହତ ହୋଇଛନ୍ତି।

ଖବର ପାଇ ଜୟପୁର ସଦର ଥାନା ଅଧିକାରୀ ସଚିନ୍ଦ୍ର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ଏକ କ୍ରେନ ସାହାଯ୍ୟରେ ଉଦ୍ଧାର କାଯ୍ୟ ଜାରି ରହିଛି। ଡ୍ରାଇଭର ଜଣକ ମଦ୍ୟପାନ କରିଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri