ଟ୍ରକ୍‌କୁ ପିଟିଲା ଲୁହାପଥର ବୋଝେଇ ଟ୍ରକ୍‌: ଚାଲିଗଲା ଚାଳକଙ୍କ ଜୀବନ

ପଦ୍ମପୁର, ୪।୩(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ନନ୍ଦପାଟଣା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାସୁଦେବପୁରରୁ ଭଦ୍ରକ ଯାଉଥିବା ଏକ ଲୁହାପଥର ବୋଝେଇ ଟ୍ରକ୍‌ ନନ୍ଦପାଟଣା ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଟ୍ରକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳର ସୋରେନ ମହନ୍ତ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।