ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ. ଓଡ଼ି ୦୨ ବିକେ -୫୨୭୭) ଓଲଟି ପଡିବାରୁ ଟ୍ରକ୍ ଚାଳକ ଗୁରୁତର ଆହାତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି। ଚାଳକ ଜଣକ ହେଲେ ବୁଗୁଡ଼ା ଥାନା ମୋଟାବାଡ଼ି ଗ୍ରାମର ନବଘନ ନାୟକ(୪୫)। ଟ୍ରକ୍ ଟି ଗଜପତି ଜିଲା ଛେଳିଗଡ଼ ଗ୍ରାମରୁ ମକା ବୋଝେଇ କରି ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଗୁରୁବାର ରାତି ପ୍ରାୟ ୧୦ ଟାରେ ଘାଟି ରାସ୍ତାର ବୁଲାଣୀ ରେ ନିୟନ୍ତ୍ରଣ ହରାଇ ରାସ୍ତାକଡ କୁ ଓଲଟି ପଡିଥିଲା।ଚାଳକ ଜଣକ ଟ୍ରକ ଭିତରେ ଚାପି ହୋଇ ରହିଥିଲେ।ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା।ପାଟପୁର ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗସ୍ତ ଟ୍ରକ୍ କୁ ଜବତ କରି ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri