ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା ମିଳୁନାହିଁ। ତେଣୁ ସେମାନଙ୍କ ଭୂମିକାକୁ ନେଇ ପୋଲିସର ସନ୍ଦେହ ହୋଇଛି। ଉଭୟଙ୍କ ଫୋନ ସୁଇଚ୍‌ ଅଫ୍‌ ଥିବା ଜଣାପଡିଛି।

ଘଟଣାରୁ ପ୍ରକାଶ ଯେ ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜଣେ ଡ୍ରାଇଭର ଓ ଜଣେ ହେଲପର୍‌ ଭୁବନେଶ୍ୱର ବାଳକାଟିର ଅନଙ୍ଗ ମୋହନ ଦାସଙ୍କ ଟ୍ରକରେ ୩ ମାସ ହେବ କାମ କରୁଥିଲେ। ଗତ ମଙ୍ଗଳବାର ଡ୍ରାଇଭର ଓ ହେଲପର୍‌ ଗାଡ଼ି ଧରି ବିନିକା ତସୁ ଆଣିବା ପାଇଁ ଯାଇଥିଲେ। ସେଠାରେ ଚାଉଳରୁ ବାହାରୁଥିବା ତସୁ ଧରି କଟକ ଜଗତପୁର ଅଭିମୁଖେ ବାହାରିଥିଲେ। ଏହାପରେ ଗାଡ଼ିର ଚାଳକ ଏବଂ ହେଲପରଙ୍କ ଫୋନ ଲାଗି ନ ଥିଲା। ଏଥିସହ ଗାଡିରେ ଲାଗିଥିବା ଜିପିଏସ ମଧ୍ୟ ଭାଙ୍ଗି ଦିଆଯାଇଥିବା ଯୋଗୁ ତାହା ମଧ୍ୟ ଲାଗି ନ ଥିଲା । ତେଣୁ ଗାଡି ମାଲିକ ବିନିକା ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ଏଥିସହ ଗାଡି ମାଲିକ ନିଜେ ଗାଡ଼ିକୁ ଖୋଜୁଥିଲେ। କିନ୍ତୁ ଗାଡ଼ିର ସୂଚନା ପାଉ ନ ଥିଲେ। ଏହିଭଳି ପରିସ୍ଥିତିରେ ରବିବାର ଭଞ୍ଜନଗର ଥାନା ଅଧିକାରୀ ଜୀବନାନନ୍ଦ ଜେନା ସାନକୋଦଣ୍ଡାର ଏକ ଆମ୍ବ ତୋଟାରେ ଏକ ଗାଡି ପରିତ୍ୟକ୍ତ ଅବସ୍ଥାରେ ଥିବା ଜାଣିବାକୁ ପାଇଥିଲେ। ଏହାପରେ ଗାଡ଼ିର ଇଞ୍ଜିନ ନମ୍ବରରୁ ଗାଡି ମାଲିକଙ୍କ ଠିକଣା ବାହାର କରି ଆଇଆଇସି ଗାଡ଼ି
ମାଲିକଙ୍କୁ ସୂଚନା ଦେଇଥିଲେ। ଏହାପରେ ଅନଙ୍ଗ ଭଞ୍ଜନଗର ଥାନାରେ ପହଞ୍ଚି ଗାଡ଼ିକୁ ଚିହ୍ନଟ କରିଥିଲେ। ଏହି ସମୟରେ ଗାଡିର ବ୍ୟାଟେରୀ, ତେଲ, ଲକ୍ଷାଧିକ ଟଙ୍କାର ତସୁ ନ ଥିବା ଜାଣିବାକୁ ପାଇଥିଲେ। ଗାଡ଼ିର ହେଲପର, ଡ୍ରାଇଭରଙ୍କୁ ଖୋଜା ଯାଉଥିବା ବେଳେ ସେମାନେ ଧରାପଡ଼ିବା ପରେ ପ୍ରକୃତ ଘଟଣା ସାମ୍ନାକୁ ଆସିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?