ବିଦ୍ୟୁତ୍‌ ଶର୍ଟସର୍କିଟରୁ ନିଆଁଲାଗି ଜଳିଗଲା ଟ୍ରକ୍‌

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୁପା ଫାଣ୍ଡି ଅନ୍ତର୍ଗତ ଭବାନୀପାଟଣା-ରାୟଗଡା ୬ନଂ. ରାଜ୍ୟ ରାଜପଥ କିଡିଙ୍ଗ ଗ୍ରାମ ନିକଟରେ ସୋମବାର ଏକ ମାଲବାହୀ ଟ୍ରକ୍‌ରେ ବିଦ୍ୟୁତ୍‌ ଶର୍ଟ ସର୍କିଟ ହୋଇ ନିଆଁ ଲାଗିଯାଇଥିଲା। ମହାରାଷ୍ଟ୍ର ନାଗପୁରରୁ ସିଜି୦୮ଏଏକ୍ସ-୧୮୨୭ନଂ. ବିଶିଷ୍ଟ ଟ୍ରକ୍‌ ଲାଞ୍ଜିଗଡ କାରଖାନାକୁ ଜେନେରେଟର ନେଇ ଆସୁଥିବା ବେଳେ ଏଭଳି ଘଟଣା ଘଟିଥିଲା। ନିଆଁ ଲାଗିବା ଦେଖି ଟ୍ରକ୍‌ ଚାଳକ ଓ ହେଲ୍‌ପର ଗାଡିରୁ ବାହାରିଯାଇ ଜୀବନ ବଞ୍ଚାଇଥିଲେ। ଖବରପାଇ ନର୍ଲା, ଭବାନୀପାଟଣା ଓ ଲାଞ୍ଜିଗଡ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫାଣ୍ଡି ଅଧିକାରୀ ମୀନକେତନ ଶବର ଓ ଏସ୍‌ଆଇ ବିଶ୍ୱନାଥ ମହଲା ସହ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ।
ଫଟୋ: ଟ୍ରକ୍‌ରେ ନିଆଁ ଲିଭାଉଛନ୍ତି ଅଗ୍ନିଶମ କର୍ମଚାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri