ବିଦ୍ୟୁତ୍‌ ଶର୍ଟସର୍କିଟରୁ ନିଆଁଲାଗି ଜଳିଗଲା ଟ୍ରକ୍‌

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୁପା ଫାଣ୍ଡି ଅନ୍ତର୍ଗତ ଭବାନୀପାଟଣା-ରାୟଗଡା ୬ନଂ. ରାଜ୍ୟ ରାଜପଥ କିଡିଙ୍ଗ ଗ୍ରାମ ନିକଟରେ ସୋମବାର ଏକ ମାଲବାହୀ ଟ୍ରକ୍‌ରେ ବିଦ୍ୟୁତ୍‌ ଶର୍ଟ ସର୍କିଟ ହୋଇ ନିଆଁ ଲାଗିଯାଇଥିଲା। ମହାରାଷ୍ଟ୍ର ନାଗପୁରରୁ ସିଜି୦୮ଏଏକ୍ସ-୧୮୨୭ନଂ. ବିଶିଷ୍ଟ ଟ୍ରକ୍‌ ଲାଞ୍ଜିଗଡ କାରଖାନାକୁ ଜେନେରେଟର ନେଇ ଆସୁଥିବା ବେଳେ ଏଭଳି ଘଟଣା ଘଟିଥିଲା। ନିଆଁ ଲାଗିବା ଦେଖି ଟ୍ରକ୍‌ ଚାଳକ ଓ ହେଲ୍‌ପର ଗାଡିରୁ ବାହାରିଯାଇ ଜୀବନ ବଞ୍ଚାଇଥିଲେ। ଖବରପାଇ ନର୍ଲା, ଭବାନୀପାଟଣା ଓ ଲାଞ୍ଜିଗଡ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫାଣ୍ଡି ଅଧିକାରୀ ମୀନକେତନ ଶବର ଓ ଏସ୍‌ଆଇ ବିଶ୍ୱନାଥ ମହଲା ସହ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ।
ଫଟୋ: ଟ୍ରକ୍‌ରେ ନିଆଁ ଲିଭାଉଛନ୍ତି ଅଗ୍ନିଶମ କର୍ମଚାରୀ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍‌ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri