ଘର ଭିତରକୁ ପଶିଗଲା ଟ୍ରକ; ଚାଲିଗଲା ଡ୍ରାଇଭରଙ୍କ ଜୀବନ, ଭଞ୍ଜନଗର ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଆହତ

ଭଞ୍ଜନଗର,୧୯।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମପୁର ମୁଖ୍ୟ ରାସ୍ତାର  କଇଁଣ୍ଡି ଗ୍ରାମରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁବାର ରାତିରେ ଜଣଙ୍କ ଘର ଭିତରକୁ ଏକ ଟ୍ରକ ପଶିଯିବା ଫଳରେ ଘଟଣାସ୍ଥଳରେ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ଘଟଣା ପରେ ଗାଡିରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିବା ହେଲପର୍‌ ଭୟରେ କେଉଁ ଆଡ଼େ ଚାଲିଯାଇଥିବା ଜଣାପଡ଼ିଛି। କେବଳ ଏତିକି ନୁହେଁ ଘର ମାଲିକ ପୂର୍ବତନ ଭଞ୍ଜନଗର ବ୍ଲକ କଂଗ୍ରେସ ସଭାପତି ବିଜୟ କୁମାର ବେହେରାଙ୍କୁ ଆହତ ଅବସ୍ଥାରେ  ଭଞ୍ଜନଗର ଦମକଳବାହିନୀ ଉଦ୍ଧାର  କରିଥିଲେ। ବିଜୟ ସାମାନ୍ୟ ଆହତ ହୋଇଛନ୍ତି। ତାଙ୍କୁ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
ଘଟଣାରୁ ପ୍ରକାଶ ଯେ ଗତକାଲି ରାତିରେ ରାଜସ୍ଥାନର ଏକ ଟ୍ରକ ବ୍ରହ୍ମପୁରରୁ ରଦି କାଗଜ ଧରି ରାଜସ୍ଥାନ ଅଭିମୁଖେ ଯାଉଥିଲା। ବାଟରେ କଇଣ୍ଡି ଗ୍ରାମର ଗୋଲେଇରେ ଟ୍ରକଟି ବୁଲାଇବା ପୁର୍ବରୁ ଚାଳକ ଗାଡିରୁ ଭାରସାମ୍ୟ ହରାଇଥିଲେ। ଏଣୁ ଟ୍ରକଟି ବିଜୟଙ୍କ ଘର ଭିତରକୁ ପଶିଯାଇଥିଲା। ଫଳରେ ଘରେ ଏକୁଟିଆ ଶୋଇଥିବା ବିଜୟ ଆହତ ହୋଇଥିଲେ। କିନ୍ତୁ ତାଙ୍କ ଘରଟି ଭାଙ୍ଗି ଯାଇଛି। ଭଞ୍ଜନଗର ଦମକଳ ବାହୀନି ଏବଂ ଥାନା ଅଧିକାରୀ ଜିବନାନନ୍ଦ ଜେନା ଖବର ପାଇ ରାତିରେ ଘଟଣାସ୍ଥଳରେ ପହଞ୍ଚି ମୃତ ଡ୍ରାଇଭରକୁ ଗାଡିରୁ ବାହାର କରିଥିଲେ। ଶନିବାର ରାଜସ୍ଥାନରୁ ଗାଡି ମାଲିକ ଏବଂ ମୃତ ଡ୍ରାଇଭରଙ୍କ ପରିବାର ଲୋକେ ଭଞ୍ଜନଗରରେ ପହଞ୍ଚିବା ପରେମୃତଦେହ ବ୍ୟବଚ୍ଛେଦ ହେବ। ଉକ୍ତ ରାସ୍ତାଟି ଖାଲ ଢିପ ଥିବା ଯୋଗୁ ବର୍ଷକରେ ଏକାଧିକ ଦୁର୍ଘଟଣା ଘଟୁଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାପାଇଁ ଦାବି ହେଉଛି।

Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri