ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ ଜଣେ ବ୍ୟକ୍ତିଙ୍କ ଘର ଭିତରକୁ ପଶିଯାଇଥିଲା। ଦୁର୍ଘଟଣା ସମୟରେ ଘରେ ନରହରି ବଗର୍ତ୍ତିଙ୍କ ପରିବାର ଲୋକେ ରହିଥିଲେ । ହେଲେ ସୌଭାଗ୍ୟବଶତଃ ଅଳ୍ପକେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି ।

ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଖବର ପାଇ ପଦ୍ମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭର ଓ ହେଲପରଙ୍କୁ ଥାନାରେ ରଖି ପଚରାଉଚରା କରୁଛି । ଦୁର୍ଘଟଣାର ପ୍ରକୃତ କାରଣ ନେଇ ପୋଲିସ ତଦନ୍ତ ଜାରି ରଖିଛି । ଦୁର୍ଘଟଣା ପରେ ଅଞ୍ଚଳବାସୀ ଭୟଭୀତ ହୋଇଛନ୍ତି ।

 

Dharitri – Odisha’s No.1 Odia Daily

Share