ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଭାରସାମ୍ୟ ହରାଇ ଏକ କାର୍କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ ଘୋଷାଣି ନେଇଥିଲା। ଫଳରେ କାର୍ର ଗୋଟିଏ ପାର୍ଶ୍ୱ ଭାଙ୍ଗି ନଷ୍ଟ ହୋଇଯାଇଥିବା ବେଳେ ଦୁର୍ଘଟଣାରେ ୪ଜଣ ଅଳ୍ପକେ ବର୍ତ୍ତିଯାଇଛନ୍ତି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, କାର୍ଟି ନଖରା ପଟୁ ଆସୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା।