ମାସକ ପରେ ଟ୍ରକ୍‌ ଡ୍ରାଇଭରଙ୍କ ହତ୍ୟା ଉପରୁ ହଟିଲା ପର୍ଦ୍ଦା

ବାଙ୍ଗିରିପୋଷି,୨୨ା୧୨(ଡି.ଏନ୍‌.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଭାଲୁପାହାଡ଼ି ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ଗତ ନଭେମ୍ବର ୨୧ରେ ବିହାର ରାଜ୍ୟର ସାରଣ ଅରୁଣ ରାୟ ନାମକ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଟଙ୍କା ପଇସାକୁ ନେଇ ବଚସାରୁ ଟ୍ରକ୍‌ର ହେଲପର ହତ୍ୟାକାଣ୍ଡ ଘଟାଇ ମୃତଦେହକୁ ରାସ୍ତା କଡ଼ରେ ଫିଙ୍ଗି ଦେଇଥିଲେ। ଏନେଇ ଏକ ହତ୍ୟା ମାମଲା(ନଂ.୨୬୮/୨୧) ରୁଜୁ ହୋଇଥିବା ବେଳେ ମାସେ ପରେ ଅଭିଯୁକ୍ତ ଅମର ବାହାଦୁର ଯାଦବଙ୍କୁ ଗିରଫ କରାଯାଇଛି। ତାଙ୍କ ଘର ଉତ୍ତରପ୍ରଦେଶର ବାଲିଆ ଜିଲା ଅଧୀନ ଇଫିରାମପତି ଗ୍ରାମରେ। ବୁଧବାର ବାଙ୍ଗିରିପୋଷି ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ କେ.କେ. ହରିପ୍ରସାଦ ଏହି ସୂଚନା ଦେଇଛନ୍ତି।
ଘଟଣା ଦିନ ଟ୍ରକ ମଧ୍ୟରେ ଟଙ୍କା ପଇସାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଅମର ଉତ୍‌କ୍ଷୀପ୍ତ ହୋଇ ଏକ ଲୁହାରଡ୍‌ରେ ଅରୁଣଙ୍କ ମୁଣ୍ଡକୁ ଜୋରରେ ଆଘାତ ଦେବାରୁ ଟ୍ରକରେ ହିଁ ସେ ଟଳି ପଡ଼ିଥିଲେ। କିଛିବାଟ ଆସିବା ପରେ ଏକ ଦଉଡ଼ିରେ ମୃତଦେହକୁ ବାନ୍ଧି ରାସ୍ତା ପାର୍ଶ୍ୱକୁ ଫିଙ୍ଗି ଅମର ଟ୍ରକ୍‌ ନେଇ ପଳାଇଥିଲେ। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଜାଣିବାକୁ ପାଇ ବାଙ୍ଗିରିପୋଷି ଥାନା ଅଧିକାରୀ ସଞ୍ଜୟ ପରିଡ଼ା ଏବଂ ତଦନ୍ତକାରୀ ଟିମ୍‌ ଅନୁସନ୍ଧାନ ଚଳାଇ ହତ୍ୟାକାରୀଙ୍କୁୁ ଧରିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?