Posted inUncategorized

ଟ୍ରକ ଚାଳକଙ୍କୁ ଆକ୍ରମଣ କରି ଲୁଟ୍‌

ବଡ଼ବିଲ/ଯୋଡ଼ା,ତା୧୨.୦୨(ସ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଧୀନ ଡିଏଭି ସ୍କୁଲ ନିକଟରେ ଜଣେ ଟ୍ରକ୍‌ ଚାଳକଙ୍କୁ ଆକ୍ରମଣ କରି ମୋବାଇଲ ଫୋନ, ଟଙ୍କା ଲୁଟି ଅଭିଯୋଗରେ ପୋଲିସ ରବିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଯୋଡ଼ା ହନୁମାନ ହଟିଂ ଅଞ୍ଚଳର ସାଗର ମୁଣ୍ଡା।

ମିଳିଥିବା ସୂଚନା ମୁତାବକ, ବଡ଼ବିଲ ଅଞ୍ଚଳରେ ରହୁଥିବା ରବି କୁମାର ଶର୍ମାଙ୍କ ଟ୍ରକ୍‌ ଧରି ଚାଳକ ନାଗୁ ଯାଦବ ବଡ଼ବିଲ ଅଭିମୁଖେ ଆସୁଥିଲେ। ହେଲେ ଯୋଡ଼ା ସ୍ଥିତ ଡିଏଭି ସ୍କୁଲ ନିକଟରେ କେତେକ ଦୁର୍ବୃତ୍ତ ଟ୍ରକକୁ ଅଟକାଇ ଥିଲେ। ପରେ ଚାଳକଙ୍କୁ ଆକ୍ରମଣ କରି ମୋବାଇଲ ସହ ୮ହଜାର ଟଙ୍କା ଲୁଟି ନେଇଥିଲେ। ଏପରିକି ଦୁର୍ବୃତ୍ତମାନେ ଏକ ଯାତ୍ରୀବାହୀ ବସ୍‌ରେ ଚଢିଯାଇଥିଲେ। ତେବେ ବସ୍‌ ଚାଳକ ସାହସିକତା ଦେଖାଇ ଜଣେ ଦୁର୍ବୃତ୍ତଙ୍କୁ କାବୁ କରିନେଇଥିଲେ। ହେଲେ ଅନ୍ୟଜଣେ ଖସି ଯିବାକୁ ସକ୍ଷମ ହୋଇଥିଲେ। ଖବର ପାଇ ଟ୍ରକ ମାଲିକ ପହଞ୍ଚି ପୋଲିସକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସାଗରଙ୍କୁ ଗିରଫ କରି ଲୁଟ୍‌ ମୋବାଇଲ ଫୋନ ଜବତ କରିଛି। ଏ ନେଇ ଯୋଡ଼ା ଥାନାରେ ଏକ ମାମଲା(ନଂ.୫୧/୨୦୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri