କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର ଆରଟିଓ ଅଫିସ ନିକଟରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସୌଭାଗ୍ୟବଶତଃ ଟ୍ରକ ଡ୍ରାଇଭ ମତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି। ବ୍ରେକ ଫେଲ ହେବାରୁ ଏକ ଆଇଚର ଟ୍ରକ ନିୟନ୍ତ୍ରଣ ହରାଇ ମୂର୍ତ୍ତି ମାର୍କେଟ କମ୍ପ୍ଲେକ୍ସ ପରିସରରେ ଥିବା ଏକ ଗ୍ୟାସ ଦୋକାନ ଭିତରକୁ ପଶିଯାଇଥିଲା।

ସୂଚନା ଅନୁଯାୟୀ, ଗୁରୁବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଜୟପୁର ଆଡୁ କୋରାପୁଟ ଆସୁଥିବା ଏକ ଟ୍ରକ ୨୬ ନଂ ଜାତୀୟ ରାଜପଥ ଦେଇ ଯାଉଥିବାବେଳେ ହଠାତ୍‌ ବ୍ରେକ ଫେଲ ହୋଇଯାଇଥିଲା। ଫଳରେ ଟ୍ରକଟି ନିୟନ୍ତ୍ରଣ ହରାଇ ଗ୍ୟାସ ଦୋକାନ ଭିତରକୁ ପଶିଯାଇଥିଲା। ଦୁର୍ଘଟଣାରେ କୌଣସି ମୃତାହତ ହୋଇ ନ ଥିବା ବେଳେ ଦୋକାନ ସମ୍ମୁଖରେ ରଖାଯାଇଥିବା ୧୦ରୁ ଅଧିକ ବାଇକ୍‌ ଚୁରମାର ହୋଇଯାଇଛି।

ଘଟଣା ପରେ ଅଞ୍ଚଳରେ କିଛି ସମୟ ଆତଙ୍କ ଖେଳିଯାଇଥିଲା। ଖବର ପାଇ କୋରାପୁଟ ପୋଲିସ, କୋରାପୁଟ ତହସିଲଦାର ସାୟଦ ସବୀର ସାହା ଘଟଣାସ୍ଥଳରେ ମାଜିଷ୍ଟ୍ରେଟ ଭାବେ ଏବଂ ସ୍ଥାନୀୟ ପୌରାଧକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଥିବା ବେଳେ ସ୍ଥାନୀୟ ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ସହ ଯାତାୟାତ ସ୍ବାଭାବିକ କରିବାରେ ଲାଗିପଡ଼ିଛନ୍ତି।

ଦୁର୍ଘଟଣାର ପ୍ରକୃତ କାରଣ ଓ କ୍ଷୟକ୍ଷତିର ଆକଳନ ନେଇ ପୋଲିସ ତଦନ୍ତ ଜାରି ରଖିଛି। ଏପରି ଘଟଣା ଏହା ପ୍ରଥମ ନୁହେଁ ପୂର୍ବରୁ ଗତ ୪ ମାସ ପୂର୍ବେ ଠିକ୍‌ ଏହିସ୍ଥାନରେ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୧୫ରୁ ଊର୍ଦ୍ଧ୍ୱ ବାଇକ୍‌ ଭାଙ୍ଗି ନଷ୍ଟ ହେବା ସହ ୩ଟି ବଡ଼ ଗାଡି ଭାଙ୍ଗି ଯାଇଥିଲା।

ଏଥିପ୍ରତି ଜାତୀୟ ରାଜପଥ ବିଭାଗ କିମ୍ବା ଜିଲା ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିବା ବେଳେ ଆଗାମୀ ଦିନରେ ଏହି ସ୍ଥାନରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟି ବ୍ୟାପକ ଧନ ଜୀବନ ହାନି ଘଟିବ ତାହା କିଏ କହିବ ବୋଲି ସହରବାସୀ ପ୍ରକାଶ କରିଛନ୍ତି। ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri