ଧରାପଡ଼ିଲା ଗଞ୍ଜେଇ ଭର୍ତ୍ତି ଟ୍ରକ

ବ୍ରହ୍ମପୁର ଅଫିସ,୫ା୨: ଗଜପତି, କନ୍ଧମାଳ ଅଞ୍ଚଳରୁ ବେଆଇନ ଭାବେ ଗଞ୍ଜେଇ ବ୍ରହ୍ମପୁର ସହର ଦେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଛି। ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍‌ ରବିବାର ଜାତୀୟ ରାଜପଥ-୫୯ ଫାଷ୍ଟଗେଟ୍‌ ଛକରୁ ଏକ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ କରିଛି। ଗଞ୍ଜେଇ ଚାଲାଣକାରୀ ତଥା ଟ୍ରକ ଚାଳକଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ଉତ୍ତରପ୍ରଦେଶର ମହମ୍ମଦ ରିଜୱାନ୍‌(୩୯)।
ଘଟଣାରୁ ପ୍ରକାଶ ଯେ, ଗଜପତିରୁ ଗଞ୍ଜେଇ ବ୍ରହ୍ମପୁର ଦେଇ ବାହାର ରାଜ୍ୟକୁ ଚାଲାଣ ହେଉଥିବା ନେଇ ଅବକାରୀ ଗୋଇନ୍ଦା ବିଭାଗକୁ ଖବର ମିଳିଥିଲା। ଡେପୁଟି କମିଶନର ଡମ୍ବରୁଧର ଖଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ଫାଷ୍ଟଗେଟ ଛକରେ ଛକି ରହିଥିଲା। ଏକ ଟ୍ରକ (ନଂ. ୟୁପି -୨୧ ବିଏନ୍‌-୧୫୮୫) ବ୍ରହ୍ମପୁର ସହର ଭିତରକୁ ପ୍ରବେଶ କରିବାମାତ୍ରେ ଟିମ୍‌ ଉକ୍ତ ଟ୍ରକ୍‌କୁ ଅଟକାଇ ଯାଞ୍ଚ କରିଥିଲା। ସେଥିରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ମିଳିଥିଲା। ଯାଞ୍ଚବେଳେ ଗାଡ଼ିରୁ ୨୪୦ କେଜି ଗଞ୍ଜେଇ ଜବତ କରାଯାଇଛି। ଏହାକୁ ଗଜପତିରୁ ଆଣି ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶ ଚାଲାଣ ହୋଇଥା’ନ୍ତା ବୋଲି ଅଭିଯୁକ୍ତଙ୍କୁ ଜେରା ବେଳେ ଅବକାରୀ ଟିମ୍‌ ଜାଣିବାକୁ ପାଇଛି। ଜବତ ଗଞ୍ଜେଇ ଓ ଟ୍ରକର ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଇନ୍ସପେକ୍ଟର ଗୀତାଞ୍ଜଳି ସାହୁ ଓ ତାଙ୍କ ଟିମ୍‌ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?