ଧରାପଡ଼ିଲା ଗଞ୍ଜେଇ ଭର୍ତ୍ତି ଟ୍ରକ

ବ୍ରହ୍ମପୁର ଅଫିସ,୫ା୨: ଗଜପତି, କନ୍ଧମାଳ ଅଞ୍ଚଳରୁ ବେଆଇନ ଭାବେ ଗଞ୍ଜେଇ ବ୍ରହ୍ମପୁର ସହର ଦେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଛି। ବ୍ରହ୍ମପୁର ଅବକାରୀ ଗୋଇନ୍ଦା ଟିମ୍‌ ରବିବାର ଜାତୀୟ ରାଜପଥ-୫୯ ଫାଷ୍ଟଗେଟ୍‌ ଛକରୁ ଏକ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ କରିଛି। ଗଞ୍ଜେଇ ଚାଲାଣକାରୀ ତଥା ଟ୍ରକ ଚାଳକଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ଉତ୍ତରପ୍ରଦେଶର ମହମ୍ମଦ ରିଜୱାନ୍‌(୩୯)।
ଘଟଣାରୁ ପ୍ରକାଶ ଯେ, ଗଜପତିରୁ ଗଞ୍ଜେଇ ବ୍ରହ୍ମପୁର ଦେଇ ବାହାର ରାଜ୍ୟକୁ ଚାଲାଣ ହେଉଥିବା ନେଇ ଅବକାରୀ ଗୋଇନ୍ଦା ବିଭାଗକୁ ଖବର ମିଳିଥିଲା। ଡେପୁଟି କମିଶନର ଡମ୍ବରୁଧର ଖଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ଫାଷ୍ଟଗେଟ ଛକରେ ଛକି ରହିଥିଲା। ଏକ ଟ୍ରକ (ନଂ. ୟୁପି -୨୧ ବିଏନ୍‌-୧୫୮୫) ବ୍ରହ୍ମପୁର ସହର ଭିତରକୁ ପ୍ରବେଶ କରିବାମାତ୍ରେ ଟିମ୍‌ ଉକ୍ତ ଟ୍ରକ୍‌କୁ ଅଟକାଇ ଯାଞ୍ଚ କରିଥିଲା। ସେଥିରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ମିଳିଥିଲା। ଯାଞ୍ଚବେଳେ ଗାଡ଼ିରୁ ୨୪୦ କେଜି ଗଞ୍ଜେଇ ଜବତ କରାଯାଇଛି। ଏହାକୁ ଗଜପତିରୁ ଆଣି ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶ ଚାଲାଣ ହୋଇଥା’ନ୍ତା ବୋଲି ଅଭିଯୁକ୍ତଙ୍କୁ ଜେରା ବେଳେ ଅବକାରୀ ଟିମ୍‌ ଜାଣିବାକୁ ପାଇଛି। ଜବତ ଗଞ୍ଜେଇ ଓ ଟ୍ରକର ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଇନ୍ସପେକ୍ଟର ଗୀତାଞ୍ଜଳି ସାହୁ ଓ ତାଙ୍କ ଟିମ୍‌ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri