ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ୍ ବୋଝେଇ ହାଇୱା ଛକ ନିକଟରେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଛି। ଘଟଣାସ୍ଥଳରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଉତ୍ତ୍ୟକ୍ତ ଲୋକେ ଗାଡ଼ିକୁ ଭଙ୍ଗା ରୁଜା କରିବା ସହ ରାସ୍ତା ଅବରୋଧ କରିଛନ୍ତି। ଧର୍ମଶାଳା ପୋଲିସ ଥାନାଧିକାରୀ ରମାକାନ୍ତ ନାୟକ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରୁଥିବା ସୂଚନା ମିଳିଛି।

