ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଲା ଟ୍ରକ

ବାରିପଦା,୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଇ ଟ୍ରକ ଜଳିଯାଇଛି। ତେବେ ଅଳ୍ପକେ ଗାଡି ଚାଳକ ବର୍ତ୍ତି ଯାଇଛନ୍ତି। ଜାତୀୟ ରାଜପଥ ୧୮ର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଖୁଣ୍ଟା ହାଇସ୍କୁଲ ସମ୍ମୁଖରେ ଅଘଟଣ ଘଟିଯାଇଛି। ମଙ୍ଗଳବାର ଅପରାହ୍ନ ସମୟରେ ଜାତୀୟ ରାଜପଥର ଗୋଟିଏ ପାର୍ଶ୍ୱରୁ ଅନ୍ୟ ପାର୍ଶ୍ୱକୁ ବାଇକଟି ପାରି ହେଉଥିବା ବେଳେ ବାରିପଦା ପଟକୁ ଆସୁଥିବା ଟ୍ରକ ଧକ୍କା ଦେଇଥିଲା।

ଦୁର୍ଘଟଣା ଫଳରେ ବାଇକରେ ନିଆଁ ଲାଗି ଜୋରରେ ଶବ୍ଦ ହୋଇଥିଲା। ପେଟ୍ରୋଲ ଯୋଗୁଁ ଏହା ତୁରନ୍ତ ନିଆଁ ଟ୍ରକକୁ ବ୍ୟାପି ଯାଇଥିଲା। ସ୍ଥାନୀୟ ଲୋକମାନେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେବାରୁ ତୁରନ୍ତ ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଗାଡି ଚାଳକ ସୁରକ୍ଷିତ ଥିବା ବେଳେ ବାଙ୍ଗିରିପୋଷି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ୫,୫୦୦ ଦାବି କରି ଦ୍ବିତୀୟ କିସ୍ତିରେ ୨ ହଜାର ନେଉଥିଲେ...

ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

ଗାଡ଼ିମୋଟର ଯାଞ୍ଚ: କଟିଲା ୩୨ ଚାଲାଣ, ୨ ଲକ୍ଷ ୬୦ ହଜାର ଟଙ୍କା ଜରିମାନା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ମିଳିତ ଭାବେ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ...

ବିଭିନ୍ନ ଦାବି ନେଇ ଗର୍ଜିଲା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୨।୧(ସନ୍ତୋଷ ପାଢ଼ୀ): ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ଗୁଡିକର ସମାଧାନ ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri