ପୁଇଁତୋଳା ଛକ ନିକଟରେ ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌

ଗଞ୍ଜାମ,୬।୯ (ଅଖିଳ ତରାଇ/ ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ପୁଇଁତୋଳା ଛକରେ ଜାତୀୟ ରାଜପଥ ୧୬ ଉପରେ ଦୁର୍ଘଟଣା ଘଟିଛି। ଏକ  କୋଇଲା ବୋଝେଇ ଟ୍ରକ୍‌କୁ ନଂ ଓଡ଼ି ୦୫ ବିକେ ୮୦୬୧ ଧକ୍କା  ଦେଇଛି । ଏହି ଘଟଣାରେ କେହି ଆହତ ହୋଇ ନ ଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟି ଧକ୍କାଦେବା ପରେ ଉକ୍ତ ସ୍ଥାନରୁ ଚାଲିଯାଇଥିବା ଜଣାପଡ଼ିଛି।
ଉଭୟ ଟ୍ରକ୍‌ ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ। ଏହି ମାର୍ଗରେ ଯାନବାହନମାନଙ୍କର ଗତି ଅଧିକ ଥିବାରୁ ଏପରି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ଲୋକେମାନେ କହିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାନବାହନଗୁଡ଼ିକୁ ହଟାଇ ଟ୍ରାଫିକ ସମସ୍ୟାକୁ ନିୟନ୍ତ୍ରଣ କରିଥିଲେ । ଏହି ଛକରେ ପୂର୍ବରୁ ମଧ୍ୟ ଏପରି ଘଟଣା ଘଟିଥିବାରୁ ସ୍ଥାନୀୟ ବାସିନ୍ଦାମାନେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଦାବି କରିଛନ୍ତି। ରାଜପଥରେ ଯାନବାହନମାନଙ୍କର ଗତି ନିୟନ୍ତ୍ରଣ ନହେବା ଯୋଗୁ ଏପରି ଦୁର୍ଘଟଣା ବଢ଼ିବାରେ ଲାଗିଛି।
ଧକ୍କାଦେବା ପରେ କୋଇଲା ବୋଝଇ ଟ୍ରକ୍‌ ସ୍ଟେରିଂରେ ଚାପି ହୋଇ ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ପୁଇଁତୋଳା ଗ୍ରାମର ଧରଣୀଧର ସାହୁ, ବିଶ୍ୱ ଭୂଷଣ ଦଳାଇ ଓ ଅମରେଶ ରାଉଳ ପ୍ରମୁଖ ଚାପିହୋଇ ରହିଥିବା ଡ୍ରାଇଭରଙ୍କୁ ରଡ ସାହାର୍ଯ୍ୟରେ ଉଦ୍ଧାର କରିଥିଲେ। ଖବରପାଇ ଯୁବ ସ୍ବେଚ୍ଛାସେବୀ ସୁଧୀର ପାଢ଼ୀ, ମନୋଜ ପ୍ରଧାନ, ପପୁ ପଣ୍ଡା, ଅଶୋକ ପଲାଇ ଓ ଅନ୍ୟମାନେ ଆହତ ଡ୍ରାଇଭରଙ୍କୁ ମେଡିକାଲ ନେଇଥିଲେ। ଅନ୍ୟପଟେ ଦୁର୍ଘଟଣା ବେଳେ ଉପସ୍ଥିତ ଥିବା ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ପିଏସଓ ଦୀପକ ଚଣ୍ଡ, କୃଷ୍ଣ ଦଳାଇ ଓ ପିଣ୍ଟୁ ସାହୁ ବ୍ରେକ ମାରିଥିବା ଟ୍ରକକୁ ଗୋଡ଼ାଇ ଥିଲେ। ଉକ୍ତ ଟ୍ରକକୁ ଭେଜିଫୁଟ ଫାଣ୍ଡି ଅଟକ ରଖିଥିବା ଜଣାପଡିଛି। ଅନ୍ୟ ସ୍ଥାନ ଭଳି ପୁଇଁତୋଳା ଛକଠାରେ ବ୍ୟାରିିକେଟ ସହ ସ୍ପିଡ ବ୍ରେକର ନିର୍ମାଣ ପାଇଁ ଗଞ୍ଜାମ ଜିଲା ଡ୍ରାଇଭର ସଙ୍ଘ ଉପସଭାପତି ଧରଣୀଧର ସାହୁ ଦାବି କରିଛନ୍ତି।

 

Dharitri — Odisha’s No.1 Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri