ଟ୍ରକକୁ ପଛରେ ପିଟିଲା ଟ୍ରକ, ଚାଳକ ଜୀବନ୍ତ ଦଗ୍ଧ

କେନ୍ଦୁଝର,୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଧୀନ କେନ୍ଦୁଆ ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଟ୍ରକ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଫଳରେ ରାସ୍ତାର ଗୋଟିଏ ପାର୍ଶ୍ୱରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ସଦର ଥାନା ପୋଲିସ ପହଞ୍ଚି ଟ୍ରକ ଦ୍ବୟକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, କେନ୍ଦୁଝରରୁ କୋଲକାତା ଯାଉଥିବା ଏକ ଟ୍ରକ (ସିଜି୦୪ଏମ୍‌ଏସ୍‌-୭୬୪୪) ବ୍ରେକ୍‌ଡାଉନ୍‌ ହୋଇ କେନ୍ଦୁଆ ଗ୍ରାମ ନିକଟ ରାଜପଥରେ ଛିଡା ହୋଇ ରହିଥିଲା। ହେଲେ ଦାୟିତ୍ୱରେ ଥିବା ଏନଏଚ୍‌ଏଆଇ ପକ୍ଷରୁ ଟ୍ରକକୁ ସାଇଡ୍‌ କରାଯାଇ ନ ଥିବା ବେଳେ କୌଣସି ସତର୍କତା ଅବଳମ୍ବନ କରାଯାଇ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଫଳରେ କୋଲକାତା ଅଭିମୁଖେ ଯାଉଥିବା ଲୁହା ବିମ୍‌ ବୋଝେଇ ଟ୍ରକ୍‌ (ନଂ.ଏନ୍‌ଏଲ୦୧ଏଇ-୧୩୬୭) ଭାରସାମ୍ୟ ହରାଇ ପୂର୍ବରୁ ଛିଡା ହୋଇ ରହିଥିବା ଟ୍ରକ ପଛରେ ଧକ୍କା ଦେଇଥିଲା। ଧକ୍କା ଦେଇଥିବା ଟ୍ରକ ଡ୍ରାଇଭର ଭିତରେ ଚାପି ହୋଇଯାଇଥିଲେ। ସେତିକିବେଳେ ହଠାତ ଟ୍ରକରେ ନିଆଁ ଲାଗି ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇ ଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଛି।

ବାରମ୍ବାର ରାସ୍ତାରେ ବେଆଇନ ପାର୍କିଂ ଯୋଗୁ ଦୁର୍ଘଟଣା ଘଟି ଜୀବନ ହାନୀ ଘଟୁଥିଲେ ହେଁ ଏହାର ପ୍ରତିକାର କରାଯାଉ ନ ଥିବାରୁ ସ୍ଥାନୀୟ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଘଟଣାକୁ ନେଇ ଏନ୍‌ଏଚ୍‌ଏଆଇ ଏବଂ ପୋଲିସ ବିଭାଗଙ୍କୁ ଗ୍ରାମବାସୀ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri