ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଛାତ୍ରୀଙ୍କ ଜୀବନ

ନୟାଗଡ଼,୨୭।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକ୍‌ନିକ୍‌ ଯାଉଥିବା ବସ୍‌କୁ ଏକ ଟ୍ରକ୍‌ ଧକ୍କା ଦେଇଛି। ଫଳରେ ୩ଜଣ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଛାତ୍ର ଗୁରୁତର ଥିବା ଜଣାପଡିଛି। ମୃତକ ୩ ଛାତ୍ରୀ ଦଶମ ଏବଂ ଅଷ୍ଟମ ଶ୍ରେଣୀରେ ପଢୁଥିବା ଜଣାପଡିଛି। ଗୁରୁତର ଥିବା ୪ଜଣଙ୍କୁ ଚିକିତ୍ସା ପାଇଁ ଦଶପଲ୍ଲା ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରରୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଛି।

ଶୁକ୍ରବାର ରାତିରେ ଦଶପଲ୍ଲା ବାରପୁରିଆରୁ ଏକ ଘରୋଇ କୋଚିଂ ସେଣ୍ଟର ଛାତ୍ରୀଛାତ୍ର ଶିକ୍ଷକ ଏବଂ ଅଭିଭାବକଙ୍କ ସହ ୫୦ରୁ ଊର୍ଦ୍ଧ୍ୱ ମା’, ନାମକ ଏକ ଘରୋଇ ବସ୍‌ ଯୋଗେ ବଲାଙ୍ଗୀର ଜିଲା ହରିଶଙ୍କର, ନୃସିଂହନାଥ ଦର୍ଶନ ସହ ପିକ୍‌ନିକ୍‌ କରିବାକୁ ବାହାରିଥିଲେ। ହେଲେ ଦଶପଲ୍ଲାଠାରୁ ୧୫ କି.ମି. ଦୂର ୫୭ ନମ୍ବର ଜାତୀୟ ରାଜପଥର ବୁଗୁଡା ଶାଳଭଙ୍ଗା ଜଙ୍ଗଲ ନିକଟରେ ଏକ ଚାଉଳ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଆଗପଟୁ ବସ୍‌କୁ ଧକ୍କା ଦେଇଥିଲା।

ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ କର୍ମଚାରୀ ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୩ଜଣ ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ଦଶମ ଶ୍ରେଣୀ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶନୀ ଏବଂ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅର୍ମିତ ସାହୁ, ଏମାନେ ଦଶପଲ୍ଲା ଅଞ୍ଚଳର ହୋଇଥିବା ବେଳେ, ଅନ୍ୟ ଜଣେ ଛାତ୍ରୀ ହେଲେ ଲୋପାମୁଦ୍ରା ପ୍ରଧାନ। ତାଙ୍କ ଘର କନ୍ଧମାଳ ଖଜୁରିପଡ଼ା ଅଞ୍ଚଳରେ।

ଖବର ପାଇଁ ଦଶପଲ୍ଲା ଏବଂ ବାଣୀଗୋଚ୍ଛା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରିକି ସ୍ଥାନୀୟ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷା ଏବଂ ନୟାଗଡ଼ ଏସ୍‌ପି ଆହତକୁ ଭେଟି ଦୁର୍ଘଟଣା ସମ୍ପର୍କରେ ପଚାରିବୁଝିବା ସହ ଚିକିତ୍ସା ପାଇଁ ସହଯୋଗ କରିଥିଲେ।

ଦୁର୍ଘଟଣାରେ ଟ୍ରକ ଏବଂ ବସ୍‌ର ଡ୍ରାଇଭର ଏବଂ ହେଲଫରଙ୍କ କୌଣସି କ୍ଷତି ହୋଇ ନ ଥିବା ଜଣାପଡିଛି। ସ୍ଥାନୀୟ ଲୋକେ ଟ୍ରକ ଡ୍ରାଇଭର ଏବଂ ହେଲଫରଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ଦୁର୍ଘଟଣାରେ ୩ଜଣ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଆର୍‌ଟିଓ ଏବଂ ପୋଲିସ ପକ୍ଷରୁ ଘଟଣାର ତଦନ୍ତ କରାଯିବ ବୋଲି ନୟାଗଡ଼ ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri