ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଛାତ୍ରୀଙ୍କ ଜୀବନ

ନୟାଗଡ଼,୨୭।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକ୍‌ନିକ୍‌ ଯାଉଥିବା ବସ୍‌କୁ ଏକ ଟ୍ରକ୍‌ ଧକ୍କା ଦେଇଛି। ଫଳରେ ୩ଜଣ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଛାତ୍ର ଗୁରୁତର ଥିବା ଜଣାପଡିଛି। ମୃତକ ୩ ଛାତ୍ରୀ ଦଶମ ଏବଂ ଅଷ୍ଟମ ଶ୍ରେଣୀରେ ପଢୁଥିବା ଜଣାପଡିଛି। ଗୁରୁତର ଥିବା ୪ଜଣଙ୍କୁ ଚିକିତ୍ସା ପାଇଁ ଦଶପଲ୍ଲା ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରରୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଛି।

ଶୁକ୍ରବାର ରାତିରେ ଦଶପଲ୍ଲା ବାରପୁରିଆରୁ ଏକ ଘରୋଇ କୋଚିଂ ସେଣ୍ଟର ଛାତ୍ରୀଛାତ୍ର ଶିକ୍ଷକ ଏବଂ ଅଭିଭାବକଙ୍କ ସହ ୫୦ରୁ ଊର୍ଦ୍ଧ୍ୱ ମା’, ନାମକ ଏକ ଘରୋଇ ବସ୍‌ ଯୋଗେ ବଲାଙ୍ଗୀର ଜିଲା ହରିଶଙ୍କର, ନୃସିଂହନାଥ ଦର୍ଶନ ସହ ପିକ୍‌ନିକ୍‌ କରିବାକୁ ବାହାରିଥିଲେ। ହେଲେ ଦଶପଲ୍ଲାଠାରୁ ୧୫ କି.ମି. ଦୂର ୫୭ ନମ୍ବର ଜାତୀୟ ରାଜପଥର ବୁଗୁଡା ଶାଳଭଙ୍ଗା ଜଙ୍ଗଲ ନିକଟରେ ଏକ ଚାଉଳ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଆଗପଟୁ ବସ୍‌କୁ ଧକ୍କା ଦେଇଥିଲା।

ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ କର୍ମଚାରୀ ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୩ଜଣ ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ଦଶମ ଶ୍ରେଣୀ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶନୀ ଏବଂ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅର୍ମିତ ସାହୁ, ଏମାନେ ଦଶପଲ୍ଲା ଅଞ୍ଚଳର ହୋଇଥିବା ବେଳେ, ଅନ୍ୟ ଜଣେ ଛାତ୍ରୀ ହେଲେ ଲୋପାମୁଦ୍ରା ପ୍ରଧାନ। ତାଙ୍କ ଘର କନ୍ଧମାଳ ଖଜୁରିପଡ଼ା ଅଞ୍ଚଳରେ।

ଖବର ପାଇଁ ଦଶପଲ୍ଲା ଏବଂ ବାଣୀଗୋଚ୍ଛା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରିକି ସ୍ଥାନୀୟ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷା ଏବଂ ନୟାଗଡ଼ ଏସ୍‌ପି ଆହତକୁ ଭେଟି ଦୁର୍ଘଟଣା ସମ୍ପର୍କରେ ପଚାରିବୁଝିବା ସହ ଚିକିତ୍ସା ପାଇଁ ସହଯୋଗ କରିଥିଲେ।

ଦୁର୍ଘଟଣାରେ ଟ୍ରକ ଏବଂ ବସ୍‌ର ଡ୍ରାଇଭର ଏବଂ ହେଲଫରଙ୍କ କୌଣସି କ୍ଷତି ହୋଇ ନ ଥିବା ଜଣାପଡିଛି। ସ୍ଥାନୀୟ ଲୋକେ ଟ୍ରକ ଡ୍ରାଇଭର ଏବଂ ହେଲଫରଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ଦୁର୍ଘଟଣାରେ ୩ଜଣ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଆର୍‌ଟିଓ ଏବଂ ପୋଲିସ ପକ୍ଷରୁ ଘଟଣାର ତଦନ୍ତ କରାଯିବ ବୋଲି ନୟାଗଡ଼ ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?