ଟ୍ରକ୍‌କୁ ପିଟିଲା ଟ୍ରକ୍‌

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ପୁତୁଲିପାଣି ନିକଟରେ ଏକ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ଘଟିଛି। ବ୍ରେକଡାଉନ ହୋଇ ଛିଡ଼ା ହୋଇଥିବା ଟ୍ରକ୍‌ ପଛରେ ଅନ୍ୟ ଏକ ଟ୍ରକ୍‌ ପିଟି ହେବାରୁ ୪ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ଟାଉନ ଥାନା ଅନ୍ତର୍ଗତ ଆଟପୁର ରଙ୍ଗାପାଟସାହିର ସଞ୍ଜୁ ନାଏକ(୪୨), ସୁନ୍ଦରୀ ନାଏକ(୪୫), ପ୍ରମିଳା ନାଏକ(୪୦), ପଦ୍ମିନୀ ନାଏକ(୪୩)। ଏଥିରେ ଆଟପୁର ରଙ୍ଗାପାଟ ସାହିର ରାଣୀ ନାଏକ(୬୦), ଟିଣୁ ନାଏକ(୨୭), ଜଗନ ନାଏକ(୧୪) ଆହତ ହୋଇଥିଲେ। ସମସ୍ତେ ଗୁରୁବାର ବାଂଶପାଳ ହାଟରୁ ବ୍ୟବସାୟ ପାଇଁ ଆମ୍ବସଢ଼ା କିଣି ପୁତୁଲିପାଣି ନିକଟରୁ ୧୨ଚକିଆ ଟ୍ରକ୍‌ରେ କେନ୍ଦୁଝର ଅଭିମୁଖେ ଫେରୁଥିଲେ। ତେବେ ପୁତୁଲିପାଣି ଛକ ରାସ୍ତା ନିକଟରେ ଦୁଇଟି ବଳଦ ଗାଡ଼ି ଆଗକୁ ଚାଲି ଆସିବାରୁ ବଳଦଙ୍କୁ ବଞ୍ଚାଇବାକୁ ଯାଇ ଚାଳକ ବ୍ରେକ୍‌ ଡାଉନ ହୋଇ ଛିଡା ହୋଇଥିବା ଟ୍ରକ୍‌କୁ ପିଟି ଦେଇଥିଲେ। ଗୁରୁତର ଓ ଆହତଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସଦର ପୋଲିସ ପହଞ୍ଚି ଗାଡ଼ି ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri