ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ଘାଟଣସ୍ଥଳରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅଙ୍କୁ ଗୁରୁତର ଅବସ୍ଥାରେ ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତ ବ୍ୟକ୍ତି ହେଲେ ତାଳଚେର ଥର୍ମାଲ ଅଞ୍ଚଳର କ୍ଷୀରୋଦ ପାଣିଗ୍ରାହୀ ଏବଂ ଆହତ ଜଣକ ହେଉଛନ୍ତି ଶରତ ପାଣିଗ୍ରାହୀ।
ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ ଛାଡି ଟ୍ରକ ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି । ଦୃଘଟଣା ପରେ ଜାତୀୟ ରାଜପଥ ୪୯ରେ ଗାଡି ଚଳାଚଳ ବନ୍ଦ ରହିଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି । ମିଳିଥିବା ସୂଚନା ଅନୁଯାୟୀ ପାଲଲହଡା ଛାମୁଣ୍ଡା ଅଞ୍ଚଳରେ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେଇ ବାପା ଏବଂ ପୁଅ ସ୍କୁଟିରେ ନିଜ ଘରକୁ ଫେରୁଥିବାବେଳେ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି ।