ଜାତୀୟ ରାଜପଥରେ କାରକୁ ଧକ୍କା ଦେଲା ଟ୍ରକ: ୫ ଗୁରୁତର

ମାର୍ଶାଘାଇ ୨୬।୧o(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଆଖଣ୍ଡଳମଣି ମନ୍ଦିର ନିକଟରେ କାରକୁ ଏକ ଦ୍ରୁତଗାମୀ ଟ୍ରକ ଧକ୍କା ଦେବା ଫଳରେ କାରରେ ଯାତ୍ରା କରୁଥିବା ୫ ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି l ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ସଂକଟାପନ୍ନ ରହିଛି l
ଘଟଣାରୁ ପ୍ରକାଶ, ମାର୍ଶାଘାଇ ଥାନା ବଡପାଳଡିଆ ଗ୍ରାମର ସମ୍ବିତ ନାୟକ ତାଙ୍କ ଦାଦା ପୁଅ ଭାଇ ଶେଖର ନାୟକ ସାଙ୍ଗ ଆଶିଷ ଦଳାଇ, ପ୍ରିୟାଂଶୁ ସ୍ବାଇଁ ଓ ପ୍ୟାରେଶ ଲେଙ୍କା ପାରାଦ୍ୱୀପରୁ ନିଜ କାର ଯୋଗେ ଘରକୁ ଫେରୁଥିଲେ l  କୁସୁନପୁରସ୍ଥିତ ଆଖଣ୍ଡଳମଣି ମନ୍ଦିର ନିକଟରେ ଏକ ଦ୍ରୁତଗାମୀ ଟ୍ରକ ତାଙ୍କ କାରକୁ ଧକ୍କା ଦେଇଥିଲା l ଯାହା ଫଳରେ କାରରେ ଥିବା ୫ ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଥିଲେ l ସେମାନେ ବର୍ତମାନ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଜଣେ ଯୁବକଙ୍କ ଅବସ୍ଥା ସଂକଟାପନ୍ନ ରହିଛି l ଏସମ୍ପର୍କରେ ବଡ଼ପାଳଦିଆ ଗ୍ରାମର ଦୁର୍ଘଟଣାର ଶିକାର ହୋଇଥିବା ସମ୍ବିତଙ୍କ ଭାଇ ସୁଜିତ କୁମାର ନାୟକ ମାର୍ଶାଘାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଥିବା ଆଇଆଇସି ତପନ କୁମାର ନାୟକ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

ପୂର୍ବଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ: ଧରାପଡ଼ି ଜେଲ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରବିବାର କୁମାର ପୂର୍ଣ୍ଣମୀ ସାରେ କାଳୁ ଗୌଡ଼(୪୧) ନାମକ…

ବାତ୍ୟା ମୁକାବିଲା ପ୍ରସ୍ତୁତି: ଜିରୋ କାଜୁଆଲିଟି ଲକ୍ଷ୍ୟ

ଭଞ୍ଜନଗର,୨୬।୧୦(ବାବୁଲା ପ୍ରଧାନ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଭଞ୍ଜନଗର ଉପଜିଲ୍ଲାପାଳ…

‘ଡୋର୍‌-ଟୁ-ଡୋର୍‌ ସର୍ଭେ’ ଆରମ୍ଭ, ଯୋଗଦେଲେ ଉପଜିଲାପାଳ

ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଛତ୍ରପୁର ପୌରାଞ୍ଚଳରେ ସୋମବାରଠାରୁ ‘ଡୋର୍‌-ଟୁ-ଡୋର୍‌ ସର୍ଭେ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗେଦଲ ନାଇଡୁପାଲମ ଗ୍ରାମରୁ ଏହି…

ବାତ୍ୟା ଅର୍ଣ୍ଣବ: ଏହି ଜିଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

ଭୁବନେଶ୍ବର,୨୬।୧୦: ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ପାଖେଇ ଆସୁଥିବା ବେଳେ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ନବରଙ୍ଗପୁର ଜିଲାରେ ଆସନ୍ତା ୨…

ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି: ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର,୨୬।୧୦(ଦିଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଏବଂ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଗୁଡ଼ାରି ବ୍ଲକ ପ୍ରଶାସନ ସଜାଗ, ୯ ପଞ୍ଚାୟତରେ ନିଯୁକ୍ତ ହେଲେ ନୋଡାଲ ଅଧିକାରୀ

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବକୁ ଦୃଷ୍ଟିରେ ରଖି ଗୁଡାରି ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ଗତ ୨୫ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?