ବ୍ୟକ୍ତିଙ୍କୁ ଧକ୍କା ଦେଇ ଘୋଷାଡ଼ି ଘୋଷାଡ଼ି ନେଇଗଲା ଟ୍ରକ୍‌

ସଇଁତଳା,୨୩ା୧୦: ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥିବା ଜାତୀୟ ରାଜପଥ ୨୬ରେ ଗୁରୁବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ପୋଲିସ ସୂଚନାନୁସାରେ, ବଲାଙ୍ଗୀର ପଟକୁ ଯାଉଥିବା ଏକ ଟ୍ରକ୍‌ ନମ୍ବର NL 01 AA 3504 ସଇଁତଳା ଥାନା ନିକଟରେ ସହରର ଗୋପବନ୍ଧୁ ପଡ଼ାର ସୁଶାନ୍ତ କୁମାର ଦାନୀ (୫୦)ଙ୍କୁ ଧକ୍କା ଦେଇ କିଛିଦୂର ଘୋଷାଡ଼ି ନେଇଥିଲା। ଘଟଣାସ୍ଥଳରେ ଦାନୀଙ୍କ ମୃତ୍ୟୁ ହେଇଥିଲା। ତୁରନ୍ତ ସଇଁତଳା ଥାନାଧିକାରୀ ରଶ୍ମିତା ବେହେରା ସଦଳବଳ ପହଞ୍ଚିଥିଲେ। ଘଟଣା ଜଣା ପଡ଼ିବା ପରେ ସହରର ଜନସାଧାରଣ କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରିଛନ୍ତି। ମୃତ ଦାନୀଙ୍କ ପରିବାରର ସେ ଏକମାତ୍ର ରୋଜଗାରିଆ ହୋଇଥିବାବେଳେ ତାଙ୍କର ଦୁଇଟି ଛୋଟଛୋଟ ଛୁଆ ରହିଛନ୍ତି। ଖବର ଲେଖାହେବା ସୁଦ୍ଧା ରାଜପଥର ଦୁଇ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri