ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର ଅଭିମୁଖେ ଯାଉଥିବା ଘରୋଇ ବସ (ଲକ୍ଷ୍ମୀ) ସୋହେଲା ଡଙ୍ଗାଘାଟ ନାଲା ପାର ହୋଇ ଏକ ଯାତ୍ରୀଙ୍କୁ ଛାଡିବା ପାଇଁ ବସ ଅଟକାଇ ଥିଲେ। ଏ ସମୟରେ ଏକ ଦ୍ରୁତଗାମୀ ଟ୍ରକ (OD25F6152) ବସକୁ ପଛପଟୁ ଧକ୍କା ଦେବାରୁ ବସ ଭରସାମ୍ୟ ହରାଇ ରାସ୍ତା କଡରେ ଥିବା ବିଦ୍ୟୁତ ଟ୍ରାନ୍ସଫର୍ମରରେ ପିଟିହୋଇଯାଇଥିଲା। ବସରେ ଶିଶୁ, ମହିଳା ଯାତ୍ରୀ ସମେତ ପ୍ରାୟ ୨୫ ଯାତ୍ରୀ ଥିଲେ । ଅତ୍ୟଧିକ କ୍ଷମତା ସଂପନ୍ନ ବିଦ୍ୟୁତ ଟ୍ରାନ୍ସଫର୍ମରରେ ବସ ଜୋରରେ ପିଟି ହେବାରୁ ପ୍ରବଳ ବିସ୍ଫୋରଣ ଶବ୍ଦ ହୋଇଥିଲା। ଫଳରେ ଆଖପାଖର ଲୋକେ ଘରୁ ବାହାରି ଥିଲେ। ବସରେ ଥିବା ଯାତ୍ରୀମାନେ ପ୍ରାଣ ବିକଳରେ ଚିତ୍କାର କରିଥିଲେ। ଦୁର୍ଘଟଣା ଯୋଗୁ ବିଦ୍ୟୁତ ଟ୍ରିପ ହୋଇ ଆପେ କଟିଯାଇଥିଲା।

ସୋହେଲା ପୋଲିସ ଏବଂ ସୋହେଲା ର ସ୍ବେଚ୍ଛାସେବୀ ଯୁବକ ମାନେ ଘଟଣା ସ୍ଥଳକୁ ଯାଇ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ୮ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବାବେଳେ ସେମାନଙ୍କୁ ସୋହେଲା ଡାକ୍ତରଖାନାକୁ ନେଇ ପ୍ରାଥମିକ ଚିକିତ୍ସା କରାଯାଇଥିଲା । କିଛି ଯାତ୍ରୀ ଅନ୍ୟ ଏକ ବସ ରେ ନିଜ ଗନ୍ତବ୍ୟସ୍ଥଳକୁ ଯାଇଥିବାବେଳେ କିଛି ଯାତ୍ରୀ ଭୟରେ ନିଜ ଘରକୁ ଫେରିଯାଇଥିଲେ। ରାତିରେ ସ୍ବେଚ୍ଛାସେବୀଙ୍କ ସହଯୋଗରେ ଏକ ହାଇଡ୍ରା ଗାଡି ଆଣି ରାସ୍ତାରୁ ଦୁର୍ଘଟଣା ଗ୍ରସ୍ତ ଟ୍ରକ ଏବଂ ବସକୁ ରାସ୍ତାରୁ ହଟାଇବା ପରେ ଗମନାଗମନ ସ୍ବାଭାବିକ ହୋଇଥିଲା। ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୋଲିସ ବସ ଡ୍ରାଇଭର ଙ୍କୁ ଅଟକ ରଖି ତଦନ୍ତ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri