ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌। ଦୁର୍ଘଟଣାରେ ଦୁଇ ଟ୍ରକର ଡ୍ରାଇଭର ଗୁରୁତର ହୋଇଛନ୍ତି । ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା ।
ସୂଚନା ଅନୁଯାୟୀ ବାଲେଶ୍ବରରୁ ଜଳେଶ୍ବର ଅଭିମୁଖେ ଯାଉଥିବା ଏକ ସିମେଣ୍ଟ ବୋଝେଇ ଟ୍ରକର ଚକା ଫାଟି ଯିବାରୁ ତାରିଣୀ ଛକ ନିକଟରେ ରାସ୍ତା ପାଶର୍‌ବରେ ଛିଡା ହୋଇଥିଲା। ଏହି ସମୟରେ ପଛପଟୁ ଆସୁଥିବା ଏକ ଡଷ୍ଟ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଛିଡା ହୋଇଥିବା ଟ୍ରକକୁ ପଛ ପଟୁ ଜୋରରେ ଧକ୍କା ଦେବା ଯୋଗୁ ଟ୍ରକର ଆଗ ପଟ ଭାଙ୍ଗି ସମ୍ପୂର୍ଣ୍ଣ ଚୂରମାର ହେବା ସହ ଟ୍ରକ ଭିତରେ ଡ୍ରାଇଭର ଫସି ରହିଥିଲେ।
ଅନ୍ୟପଟେ ଧକ୍କା ହେବା ଯୋଗୁ ସିମେଣ୍ଟ ବୋଝେଇ ଟ୍ରକ୍‌ଟି ରାସ୍ତା ପାର୍ଶ୍ୱକୁ ଖସିପଡି ଥିଲା । ଖବରପାଇ ଜାତୀୟ ରାଜପଥ ପାଟ୍ରୋଲିଂ ଭ୍ୟାନ  ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର କରି ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଛନ୍ତି । ବସ୍ତା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁଇଟି ଟ୍ରକକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri