ଗଞ୍ଜେଇ ଭର୍ତ୍ତି ଟ୍ରକ୍‌ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୯ା୬: ବ୍ରହ୍ମପୁର ଗଞ୍ଜେଇ ଚାଲାଣର ହବ୍‌ ହୋଇଛିି। ଗଜପତି ଓ କନ୍ଧମାଳରୁ ଗଞ୍ଜେଇ ଆଣି ବ୍ରହ୍ମପୁର ଦେଇ ବାହାର ରାଜ୍ୟକୁ ଚାଲାଣ ହେଉଛି। ଗଞ୍ଜେଇ ଚାଲାଣ ରାକେଟକୁ ଟ୍ରାକ୍‌ କରୁଥିବା ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ପୁଣିଥରେ ବୁଧବାର ଏକ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ଫାଷ୍ଟଗେଟ ଆମ୍ବଗଡ ଛକରେ ଚଢ଼ାଉ କରି ୨୧୭ କେଜି ଗଞ୍ଜେଇ ଜବତ କରିଛି। ଏହା ସହିତ ଚାଲାଣରେ ବ୍ୟବହୃତ ଟ୍ରକ୍‌ ମଧ୍ୟ ଜବତ କରାଯାଇଛି। ଗଜପତି ଜିଲାରୁ ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ବିଭାଗକୁ ଖବର ମିଳିଥିଲା। ଏଣୁ ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗର ଏକ ଟିମ୍‌ ଆମ୍ବଗଡ ଛକରେ ଛକି ରହିଥିଲା। ଦ୍ରୁତଗତିରେ ଆସୁଥିବା ଏକ ଟ୍ରକକୁ ସନ୍ଦେହରେ ଅଟକାଇ ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ଏଥିରେ ଭର୍ତ୍ତି ହୋଇ ରହିଥିବା ୨୧୭ କେଜି ଗଞ୍ଜେଇ ଜବତ କରିଥିଲା। ଟ୍ରକ ଡ୍ରାଇଭର ଉତ୍ତରପ୍ରଦେଶ ପିଲିଭିତ ଗ୍ରାମର ସଲାମତ ଶାହା (୩୫)ଙ୍କୁ ଗିରଫ କରିଥିଲା। ଜବତ ଗଞ୍ଜେଇ ଓ ଟ୍ରକର ଆନୁମାନିକ ମୂଲ୍ୟ ପ୍ରାୟ ୩୦ଲକ୍ଷ ୫୦ଟଙ୍କା ହେବ ବୋଲି ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ଡେପୁଟି କମିଶନର ରାଜେନ୍ଦ୍ର କୁମାର ଭତ୍ରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?