ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ଏକ କାଜୁ ବୋଝେଇ ଟ୍ରକ  ବିପରୀତ ଦିଗରୁ ତପ୍ତପାଣି ଅଭିମୁଖେ ଯାଉଥିବା ଏକ କାର ଉପରେ ଓଲଟି ଦୁର୍ଘଟଣାଗସ୍ତ ହୋଇଛି । ଟ୍ରକରୁ ବହୁ ସଂଖ୍ୟକ କାଜୁ ବସ୍ତା ରାସ୍ତା ଉପରେ ବିଛାଡ଼ି ହୋଇ ପଡ଼ିଥିଲା। କାର ଭିତରେ ଥିବା ୪ ଜଣ ଏବଂ ଚାଳକ ଉଦ୍ଧାର ପାଇଁ ଚିତ୍କାର କରିଥିଲେ। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି କାର ଭିତରୁ ୪ ଜଣ ଏବଂ ଟ୍ରକରୁ ଚାଳକ ଓ ହେଲପରଙ୍କୁ ଉଦ୍ଧାର କରିଥିଲେ।

ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଓ ପାଟପୁର ଥାନା ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ କଟର ମେସିନରେ କାରର ଡୋର କାଟି ଭିତରେ ଚାପି ହୋଇରହିଥିବା ଚାଳକଙ୍କୁ ବହୁ କଷ୍ଟରେ ଉଦ୍ଧାର କରିଥିଲେ। କାର ଚାଳକଙ୍କ ସମେତ ଅନ୍ୟ ୪ ଜଣଙ୍କୁ  ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ କାର ଚାଳକଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୪ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି।

କାଜୁ ବୋଝେଇ ଟ୍ରକଟି ରାୟଗଡ଼ାରୁ ଭାୟା ତପ୍ତପାଣି ଦେଇ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ବିପରୀତ ଦିଗରୁ ଆସୁଥିବା କାରକୁ ସାଇଡ ଦେବା ବେଳେ ବୁଲାଣି ଘାଟି ରାସ୍ତାରେ ଟ୍ରକଟି ନିୟନ୍ତ୍ରଣ ହରାଇ କାର ଉପରକୁ ଓଲଟି ପଡ଼ିଥିଲା। ରାସ୍ତା ଉପରେ ଟ୍ରକ୍ ଓ କାର ଦୁର୍ଘଟଣା ହୋଇ ରାସ୍ତା ଅବରୋଧ ହେବାରୁ ଉକ୍ତ ରାସ୍ତାରେ ପ୍ରାୟ ୧ ଘଣ୍ଟା ଗାଡ଼ି ଚଳାଚଳ ବନ୍ଦ ଥିଲା। ଜେସିବି ମେସିନ ଅଣାଯାଇ ଟ୍ରକ୍ ଓ କାରକୁ ରାସ୍ତାରୁ ହଟା ଯିବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ଦୁର୍ଘଟଣା ଗସ୍ତ ଟ୍ରକ୍ ଓ କାରକୁ ଜବତ କରାଯାଇ ମକଦ୍ଦମା ରୁଜୁ କରାଯାଇଛି ।ଭୁବନେଶ୍ୱର ଅଞ୍ଚଳରୁ ୪ ଜଣ ପର୍ଯ୍ୟଟକ କାର ଯୋଗେ ଉଷ୍ମପ୍ରଶବଣ ଥିବା ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ବୁଲି ଆସିଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି ଦୀପ୍ତି ରଞ୍ଜନ ବେହେରା କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri