କେନ୍ଦୁପତ୍ର ବୋଝେଇ ଟ୍ରକ ଜବତ : ୨ ଗିରଫ

ବାଙ୍ଗିରିପୋଷି,୨୫ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଅଗ୍ନିଶମ ବିଭାଗ ରାସ୍ତାରୁ ଏକ କେନ୍ଦୁପତ୍ର ବୋଝେଇ ଟ୍ରକ୍‌କୁ ବନ ବିଭାଗ ଜବତ କରିଛି। ଏହି ଘଟଣାରେ ଟ୍ରକର ଚାଳକ ଝାଡ଼ଖଣ୍ଡ ରାଜ୍ୟ ଗିରିଡ଼ିହି ଜିଲା ଅନ୍ତର୍ଗତ ଗୌରାହଣ୍ଡ ଗ୍ରାମର ନରେଶ କୁମାର ରଜତ ଓ ଖଲାସି ପଶ୍ଚିମବଙ୍ଗ ମେଦିନିପୁର ଜିଲା ଅନ୍ତର୍ଗତ ନନାକୋରୀ ଗ୍ରାମର ସୈଇଫୁଲ ଖାଁଙ୍କୁ ପୋଲିସ ଗିରଫ କରିଛି। ଜବତ କେନ୍ଦୁପତ୍ରର ଆନୁମାନିକ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଶୈଳେନ୍ଦ୍ର କୁମାର ଦାସ କହିଛନ୍ତି।
କେନ୍ଦୁପତ୍ର ଚାଲାଣ ସମ୍ପର୍କରେ ବିଶେଷ ସୂତ୍ରରୁ ଖବର ପାଇ ବାରିପଦା ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ବନ ବିଭାଗ କର୍ମଚାରୀମାନେ ଦ୍ୱାରଶୁଣି ଘାଟିରେ ଜଗି ରହିଥିଲେ ା ବନ ବିଭାଗର କର୍ମଚାରୀଙ୍କୁ ଦେଖି ଟ୍ରକଟି କେନ୍ଦୁପତ୍ର ନେଇ ପଳାଇ ଯିବାକୁ ଉଦ୍ୟମ କରୁଥିବା ବେଳେ ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଦାସଙ୍କ ନେତୃତ୍ୱରେ ଏହାକୁ ଜବତ କରାଯାଇଥିଲା। ବନପାଳ ଲକ୍ଷ୍ମୀକାନ୍ତ ବେହେରା, ବନରକ୍ଷୀ ରଜନୀକାନ୍ତ ଚୌଧୁରୀ, ଗୌତମ ସିଂ, ମଳୟ କୁମାର ମହାନ୍ତ, ଚାଳକ ତପନ ବେହେରା ଓ ସବୁଜ ବାହିନୀ କର୍ମଚାରୀ ପ୍ରମୁଖ ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri