ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି।
ଉକ୍ତ ପିଆଜ ବୋଝେଇ ଟ୍ରକ୍‌ଟି ଘାଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ବହୁ ପରିମାଣର ପିଆଜ ରାସ୍ତା ଉପରେ ବିଛାଇ ହୋଇଯାଇଥିଲା। ଖବର ପାଇ ଲସ୍ଥାନୀୟ ଲୋକଙ୍କ ଭିଡ଼ ଜମିଥିଲା। ଲୋକମାନେ ପିଆଜ ଗୋଟାଇ ବୋହି ନେଉଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହାର ଭିଡିଓ ଏବେ ସାମାଜିକ ମିଡିଆରେ ଭାଇରାଲ ହେଉଛି।
କିଛି ଲୋକ ବ୍ୟାଗ, ବସ୍ତା ଓ ଝୁଡ଼ି ଧରି ପିଆଜ ସଂଗ୍ରହ କରୁଥିବା ଦୃଶ୍ୟ ଭାଇରାଲ ହେଉଥିବା ବେଳେ କେତେକ ଅଟୋରେ ବୋହି ସହରରେ କମ୍‌ ଦାମରେ ବିକ୍ରି କରୁଥିବା ଆଲୋଚ୍ୟର ବିଷୟ ହୋଇଛି। ଏହା ଫଳରେ ରାସ୍ତାରେ ଯାତାୟାତ କିଛି ସମୟ ଠପ୍‌ ହୋଇ ଯାଇଥିଲା।
ପରେ ଖବର ପାଇ ସ୍ଥାନୀୟ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିବା ପରେ ସ୍ଥିତି ନିୟନ୍ତ୍ରଣ ହୋଇଥିଲା ଏବଂ ଯାତାୟାତ ସ୍ବାଭାବିକ ହୋଇଥିଲା। ପୋଲିସ ବଳକା ପିଆଜ ସହିତ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଜବତ କରି ତଦନ୍ତ କରୁଛି। ଟ୍ରକ୍‌ର ଆହତ ହୋଇଥିବା ଚାଳକ ଓ ହେଲ୍ପର ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ପୋଲିସ ଦୁର୍ଘଟଣାର ପ୍ରକୃତ କାରଣ ଏବଂ କ୍ଷୟକ୍ଷତି ସମ୍ପର୍କରେ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?