ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ ସ୍ଥାନୀୟ ବ୍ଲକ ସଦର ମହକୁମା ଦେଇ ଆନ୍ଧ୍ର ଓ ଛତିଶଗଡ଼ ଦୁଇ ରାଜ୍ୟକୁ ସଂଯୋଗ କରିଥିବା ୨୬ ନଂ ଜାତୀୟ ରାଜପଥ ରେ ଆନ୍ଧ୍ର ଅଭିମୁଖେ ଯାଉଥିବା ଚାଉଳ ବୋଝେଇ ଟ୍ରକ୍‌ ନଂ ସିଜି ୦୭ ପିଏନ୍‌ ୭୩୮୩ ଉପରୋକ୍ତ ଘାଟିରେ ଭାରସାମ୍ୟ ହରାଇ ଏକ ବୁଲାଣି ରାସ୍ତା କଡ଼କୁ ଓଲଟି ପଡିଥିଲା। ଫଳରେ ଟ୍ରକରେ ରହିଥିବା ସମସ୍ତ ଚାଉଳ ରାସ୍ତା ଉପରୁ ଘାଟି ତଳେ ରହିଥିବା ଚାଷ ଜମି ଆଡକୁ ଗଡ଼ିଯାଇଥିଲା। ଦୁର୍ଘଟଣା ସମ୍ପର୍କରେ ଖବର ପାଇଁ ଘଟଣାସ୍ଥଳେ ଓଡ଼ିଶା ଡ୍ରାଇଭର ମହାସଂଘର କିଛି ଡ୍ରାଇଭର ଘଟଣା ସ୍ଥଳେ ପହଞ୍ଚି ଓଲଟି ପଡିଥିବା ଟ୍ରକ ଭିତରୁ ଆହତ ଡ୍ରାଇଭର ହେଲପର୍‌ ଦୁହିଁଙ୍କୁ ଉଦ୍ଧାର କରି ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ର ପଠାଇଥିଲେ। ସେପଟେ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଏଏସ୍‌ଆଇ ମାଧବ ତାଡିଙ୍ଗି ପୋଲିସ କର୍ମଚାରୀଙ୍କୁ ନେଇ ଘଟଣାସ୍ଥଳେ ପହଞ୍ଚି ଦୁର୍ଘଟଣା ସ୍ଥିତି ଅନୁଧ୍ୟାନ କରିବା ସହ ଘାଟି ତଳକୁ ଖସି ପଡ଼ିଥିବା ଚାଉଳକୁ କେହି ଯେମିତି ନେଇ ପାରିବେ ନାହିଁ ପୋଲିସ କର୍ମଚାରୀଙ୍କୁ ମୁତୟନ କରି ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଡ୍ରାଇଭର ଏବଂ ହେଲପର୍‌ଙ୍କ ନିକଟରେ ପହଞ୍ଚି ଦୁର୍ଘଟଣା ସମ୍ପର୍କରେ ପଚା ବୁଝି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?