ଶାଳ ମଞ୍ଜି ନେଇ ଯାଉଥିବା ବେଳେ ଓଲଟିଲା ଟ୍ରକ

ବାଲିଗୁଡ଼ା,୧୪।୬:(ଡି.ଏନ୍‌.ଏ.): ଭାରସାମ୍ୟ ହରାଇ ଓଲଟିଲା ଶାଳମଞ୍ଜି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର। ଏଭଳି ଏକ ଘଟଣା ଘଟିଛି, କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ଗଦ୍ରିଙ୍ଗିଆ ଘାଟି ନିକଟରେ।

ମିଳିଥିବା ସୂଚନା ମୁତାବକ, ବୁଧବାର ବାଲିଗୁଡ଼ା ଥାନା ବାରଖମା ଗ୍ରାମରୁ ଏକ ୧୪ ଚକିଆ ଟ୍ରକ (ନଂ. ଏମ୍‌ଏଚ୍‌୪୦ସିଏମ୍‌-୬୧୨୮) ଶାଳ ମଞ୍ଜି ବୋଝେଇ କରି ବାଲିଗୁଡ଼ା ୫୯ ନମ୍ବର ଜାତୀୟ ରାଜପଥ ଦେଇ ରାୟପୁର ଯାଉଥିଲା। ହେଲେ ବାଲିଗୁଡ଼ାରୁ ପ୍ରାୟ ୧୮ କିଲୋମିଟର ଯିବା ପରେ ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ବୁଲାଣି ରାସ୍ତାରେ ଏକ ଗାଈ ରାସ୍ତା ଉପରକୁ ଚାଲି ଆସିବାରୁ ଟ୍ରକଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ହେଲେ ଡ୍ରାଇଭର ଏବଂ ହେଲପର ଅଳ୍ପକେ ବର୍ତ୍ତି ଯାଇଥିଲେ। ଦୁର୍ଘଟଣାରେ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଫେରି ଆସିଥିବା ଜଣାପଡିଛି। ବାରମ୍ବାର ସମ୍ପୃକ୍ତ ଅଞ୍ଚଳରେ ଦୁର୍ଘଟଣା ଘଟି ଧନ ଜୀବନ ହାନି ଘଟୁଛି । ଏଣୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ସମ୍ପୃକ୍ତ ସ୍ଥାନରେ ସାଇନ ବୋର୍ଡ଼ ଲଗାଇବା ସହ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri