ମଣ୍ଡିରୁ ଧାନ ଆଣୁଥିବା ବେଳେ ଓଲିଟିଲା ଟ୍ରକ୍‌

କୋରାପୁଟ,୧୨।୨(ସ୍ବ.ପ୍ର): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୋଲିଆମ୍ବ ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଦୁର୍ଘଟଣାରେ ଟ୍ରକ୍‌ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି।

ମିଳିଥିବା ସୂଚନା ମୁତାବକ, କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଆଲମଣ୍ଡା ମଣ୍ଡିରୁ ୨୦ଟନ୍‌ରୁ ଉର୍ଦ୍ଧ୍ୱ ଧାନ ଧରି ଟ୍ରକ୍‌(ନଂ.ଓଆର-୦୯କେ-୩୨୫୭) ଲକ୍ଷ୍ମୀପୁର ବ୍ଲକର ପଚଂଡାର ନର୍ମଦା ରାଇସ୍‌ ମିଲକୁ ଆସୁଥିଲା। ହେଲେ ଡୋଲିଆମ୍ବ ଗ୍ରାମ ନିକଟରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଓଲିଟିପଡିଥିଲା ଫଳରେ ଟ୍ରକର କିଛି ବସ୍ତା ଧାନ ନଷ୍ଟ ହୋଇଥିବା ବେଳେ ଟ୍ରକର ଚାଳକ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଖବର ପାଇ ଲକ୍ଷ୍ମୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ଟ୍ରକରୁ ଧାନ ବସ୍ତା ଅନ୍ୟ ଏକ ଗାଡ଼ିରେ ଲୋଡ କରି ମିଲକୁ ନିଆଯାଇଥିଲା। ଏନେଇ ଲକ୍ଷ୍ମୀପୁର ଥାନାରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri