ମଣ୍ଡିରୁ ଧାନ ଆଣୁଥିବା ବେଳେ ଓଲିଟିଲା ଟ୍ରକ୍‌

କୋରାପୁଟ,୧୨।୨(ସ୍ବ.ପ୍ର): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୋଲିଆମ୍ବ ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଦୁର୍ଘଟଣାରେ ଟ୍ରକ୍‌ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି।

ମିଳିଥିବା ସୂଚନା ମୁତାବକ, କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଆଲମଣ୍ଡା ମଣ୍ଡିରୁ ୨୦ଟନ୍‌ରୁ ଉର୍ଦ୍ଧ୍ୱ ଧାନ ଧରି ଟ୍ରକ୍‌(ନଂ.ଓଆର-୦୯କେ-୩୨୫୭) ଲକ୍ଷ୍ମୀପୁର ବ୍ଲକର ପଚଂଡାର ନର୍ମଦା ରାଇସ୍‌ ମିଲକୁ ଆସୁଥିଲା। ହେଲେ ଡୋଲିଆମ୍ବ ଗ୍ରାମ ନିକଟରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଓଲିଟିପଡିଥିଲା ଫଳରେ ଟ୍ରକର କିଛି ବସ୍ତା ଧାନ ନଷ୍ଟ ହୋଇଥିବା ବେଳେ ଟ୍ରକର ଚାଳକ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଖବର ପାଇ ଲକ୍ଷ୍ମୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ଟ୍ରକରୁ ଧାନ ବସ୍ତା ଅନ୍ୟ ଏକ ଗାଡ଼ିରେ ଲୋଡ କରି ମିଲକୁ ନିଆଯାଇଥିଲା। ଏନେଇ ଲକ୍ଷ୍ମୀପୁର ଥାନାରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri